ପ୍ରଦୀପ କୁମାର ଦଳାଇଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ପୋତାନଇ ପଞ୍ଚାୟତର ଦାର୍ଦିଆ-ପୋତାନଇ ସରକାରୀ ବିଦ୍ୟାଳୟରେ ଶିକ୍ଷକ ପ୍ରଦୀପ କୁମାର ଦଳାଇଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ବିଜୟ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟଅତିଥି ସରପଞ୍ଚ ବ୍ରଜକିଶୋର ମହାରାଜା, ମୁଖ୍ୟବକ୍ତା ଗୋପବନ୍ଧୁ ନାୟକ , ପ୍ରାକ୍ତନ ସହକାରୀ ମଣ୍ଡଳ ଶିକ୍ଷାଧିକାରୀ ଏରସମା, ସମ୍ମାନିତ ଅତିଥି ସତ୍ୟବାନ ମୁଦୁଲି, ବୈଷ୍ଣବ ଚରଣ ସ୍ବାଇଁ, ବିକାଶ ଚୌଧୁରୀ ପ୍ରମୁଖ ଯୋଗଦେଇ ଶିକ୍ଷକ ଶ୍ରୀ ଦଳାଇଙ୍କ କର୍ମମୟ ଜୀବନ ଉପରେ ଆଲୋକପାତ କରିଥିଲେ ।

କେଶବ ଚନ୍ଦ୍ର ଦଳାଇ ମଞ୍ଚ ପରିଚାଳନା କରିଥିଲେ। ପ୍ରଣତି ମଞ୍ଜରୀ ନାୟକ ସ୍ବାଗତ ଭାଷଣ ଦେଇଥିବାବେଳେ ଯୁଧିଷ୍ଠିର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ପୂର୍ଣ୍ଣ ସହଯୋଗ କରିଥିଲେ।