ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବ ରେ ଅବପାତରେ ପରିଣତ ହୋଇଛି । ଏହା ପୁଡୁଚେରୀଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ରହିଛି। ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । କାଲିସୁଦ୍ଧା ଗଭୀର ଅବପାତରେ ପରିଣତ ହେବ ।୩ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗାପସାଗରରେ ବାତ୍ୟା ସୃଷ୍ଟି ହେବ । ୪ ତାରିଖ ସନ୍ଧ୍ୟାରେ ଏହା ଉପକୂଳ ଛୁଇଁବ । ଚେନ୍ନାଇ ଓ ମଚ୍ଛଲିପଟନମ୍ ମଝିରେ ବାତ୍ୟା ଉପକୂଳ ଛୁଇଁବାର ସମ୍ଭାବନା ରହିଥିବା ବେଳେ ପ୍ରଭାବରେ ଡିସେମ୍ବର ୪ ଓ ୫ ତାରିଖରେ ଦକ୍ଷିଣ ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ଓ ୬ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଅନ୍ୟପଟେ ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଗଲାଣି ପ୍ରବଳ ବର୍ଷା।

One thought on “ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି

Leave a Reply

Your email address will not be published. Required fields are marked *