ରେକୁଟିଆ ସରସ୍ଵତୀ ଶିଶୁ ମନ୍ଦିରରେ ବାର୍ଷିକ ଉତ୍ସବ

କେନ୍ଦୁଝର ଜିଲ୍ଲା ଘଷିପୁରା ବ୍ଲକ ଅନ୍ତର୍ଗତ ରେକୁଟିଆ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରର ପଞ୍ଚଦଶ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ସଭାପତି ବଟକୃଷ୍ଣ ବେହେରାଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ରୂପେ ଉପଖଣ୍ଡ ପ୍ରାଣୀ ଚିକିତ୍ସାଧିକାରୀ ଆନନ୍ଦପୁର ନକୁଳ ଚରଣ ନାୟକ , ମୁଖ୍ୟ ବକ୍ତା ରୂପେ ପୂର୍ବତନ ବିଇଓ ହରିଚନ୍ଦନପୁର ପ୍ରଦୀପ କୁମାର ଚକ୍ର,ସମ୍ମାନିତ ଅତିଥି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୃତ୍ତିବାସ ରାଉତରାୟ, ତରିମୁଳ ପୂର୍ବତନ ସମିତିସଭ୍ୟ ନିରାକର ଜେନା, ସମ୍ପାଦକ ଗୋପାଳ କୃଷ୍ଣ ଜେନା, ତରିମୁଳ ପଂଚାୟତ ସରପଞ୍ଚ ପଙ୍କଜିନୀ ରାଉତରାୟ, ମୁଖ୍ୟ ଟ୍ରଷ୍ଟି ନିରଞ୍ଜନ ଚକ୍ର, ପ୍ରଧାନ ଶିକ୍ଷକ ବଳରାମ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଅତିଥି ପରିଚୟ ପ୍ରଦାନ କରିଥିଲେ ରଶ୍ମିରଞ୍ଜନ ବଳ, ଦିଲୀପ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା କ୍ରୀଡ଼ା ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ। ଶେଷରେ ପିଲାମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Leave a Reply

Your email address will not be published. Required fields are marked *