ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଅପରପକ୍ଷରେ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ସୁଚନା ଅନୁଯାୟୀ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସଧରି ବନ୍ଦ ରହିଥିଲା ଭିତରକନିକା । ଏହି ସମୟରେ କୁମ୍ଭୀର ହିଂସ୍ର ରହୁଥିବା ରୁ ପର୍ୟ୍ୟଟକ ଙ୍କ ସୁରକ୍ଷା କୁ ଦୃଷ୍ଟି ରେ ରଖି ଭିତରକନିକା ବନ୍ଦ ରହିଥାଏ । ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ଙ୍କ ସହ ଭିତରକନିକା ଉପରେ ନିର୍ଭରକରୁଥିବା ବୋଟ , ହୋଟେଲ , ଟ୍ରାଭେଲ୍ ଏଜେନ୍ସି , ଛୋଟ ବ୍ୟବସାୟ , ଟିୟୁରିଷ୍ଟି ଗାଇଡ଼ ମାନେ ନିଜର ଖୁସି ବ୍ୟକ୍ତ କରିଛନ୍ତି । ଏବଂ ଟିୟୁରିଷ୍ଟି ଗାଇଡ଼ ମାନଙ୍କୁ ସ୍ବତନ୍ତ୍ର ଟ୍ରେନିଂ ଦିଆଯାଇଛି ।

ଅପରପକ୍ଷରେ ପର୍ଯ୍ୟଟକ ଙ୍କୁ ଭିତରକନିକା କୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ ହୋଇଥିବା ବେଳେ ଲୁଣା ନର୍ସରୀ , ସେଲ୍ଫି ପଏଣ୍ଟ , ବିଳାସପୂର୍ଣ୍ଣ ଏସି ରେଷ୍ଟୁରାଣ୍ଟ , ବୋଟ ଲାଇବ୍ରେରୀ, ବ୍ୟାଟେରୀ ବୋଟ ଆଦିର ସୁବିଧା ରହିଛି | ଭିତରକନିକାରେ ଥିବା କଟେଜ୍ ରିନୋଭେସନ କରିବା ସହ 2ଟି ନୂତନ ବ୍ୟାଟେରୀ ଚାଳିତ ଗାଡି ସାମିଲ ହୋଇଛି । ତେବେ ଉଦ୍ୟାନକୁ ଜଳପଥ ଦେଇ ପ୍ରବେଶ କରିବା ପାଇଁ ହେଲେ ଗୁପ୍ତି , ଖୋଳା , ଚାନ୍ଦବାଲି ଏବଂ ସ୍ଥଳପଥ ଦେଇ ଭିତରକନିକା ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ପର୍ଯ୍ୟଟକ ଭିତରକୁ ପ୍ରବେଶ କରି ପାରିବେ । ପ୍ରବେଶ କରିବା ପାଇଁ ପରିଚୟପତ୍ର କୁ ବାଧ୍ୟତାମୂଳକ କରାଯାଥିବା କହିଛନ୍ତି ରେଞ୍ଜ ଅଫିସର ମାନସ ଦାସ ।

ପର୍ଯ୍ୟଟକ ଙ୍କୁ ଆକୃଷ୍ଟ କରିବା ପାଇଁ ବନବିଭାଗ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା ବେଳେ ପର୍ୟ୍ୟଟକମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *