ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜନ୍ମଦିନ

ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜନ୍ମଦିନ ମାନେ ଶିଶୁ ଦିବସ । ।ଏହି ଅବସରରେ ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଳନ ହେଉଛି ଶିଶୁ ଦିବସ । ଶିଶୁଙ୍କ ଅଧିକାର, ଶିକ୍ଷା ଓ ମଙ୍ଗଳ ପାଇଁ ଶିଶୁ ଦିବସ ପାଳନ କରାଯାଏ । ଶିଶୁମାନଙ୍କୁ ପଣ୍ଡିତ ଜବାହରଲାଲ ନେହରୁ ବହୁତ ଶ୍ରଦ୍ଧା କରୁଥିଲେ । ଏବଂ ଶିଶୁମାନଙ୍କ ସହ ନେହେରୁ ସମୟ ଅତିବାହିତ କରିବାକୁ ଭଲ ପାଉଥିଲେ । ସେ ପିଲାମାନଙ୍କୁ ଈଶ୍ବରଙ୍କ ରୂପ ମନେକରୁଥିଲେ ।


ସବୁବେଳେ ପିଲାମାନଙ୍କର ସଂସ୍କାର ଓ ଉତ୍ତମ ଶିକ୍ଷା ଉପରେ ଧ୍ୟାନ ରଖୁଥିଲେ ନେହେରୁ । ଦେଶର ଆଗାମୀ ପିଢ଼ି ଶିଶୁମାନେ ହୋଇଥିବାରୁ ସେମାନଙ୍କ ଶାରିରୀକ ଓ ମାନସିକ ବିକାଶ ନେଇ ସବୁବେଳେ ଧ୍ୟାନ ଦେଇଆସୁଥିଲେ । ୧୯୬୪ ମସିହା ମଇ ୨୭ରେ ନେହରୁଙ୍କ ପରଲୋକ ହୋଇଥିଲା । ସେହି ବର୍ଷଠାରୁ ତାଙ୍କର ଜନ୍ମଦିନକୁ ଶିଶୁଙ୍କ ପାଇଁ ଉତ୍ସର୍ଗ କରାଯାଇଥିଲା । ଯାହାକି ପ୍ରତ୍ୟେକ ବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁଦିବସ ରୂପେ ପାଳନ କରାଯାଏ। ଏବଂ ଜବାହାର ଲାଲ ନେହେରୁ ସମସ୍ତଙ୍କ ପ୍ରିୟ ଚାଚା ନେହେରୁ ନାମରେ ବେଶ୍ ପରିଚିତ ଥିଲେ ।

Leave a Reply

Your email address will not be published. Required fields are marked *