ବରଗଡ ଜିଲ୍ଲା ବରଗଡ ନିର୍ବାଚନ ମଣ୍ଡଳୀ ବରପାଲି ବ୍ଲକ କଁଟାପାଲି ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା ସମିତିର ସଭାପତି ଧ୍ରୁବରାଜ ସାହୁଙ୍କ ଅଧକ୍ଷତାରେ ମହୁଲ ପାଳି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।
ସମିତିର ସମ୍ପାଦକ ବାସୁକି ସ୍ୱାଇଁ ସମିତିର ବାର୍ଷିକ ବିବରଣି ପାଠ କରିଥିବାବେଳେ ବରଗଡ ଡି ସାର୍ ସି ଏସ ଯୁଗଳ ଦାସ, ଏ ଆର୍ ସି ଏସ ପ୍ରବୀଣ ଘୋଷ,ଜିଲ୍ଲା ବ୍ୟାଙ୍କ୍ ସମ୍ପାଦକ ଯୋଗଦାନ କରି ଚାଷୀ ମାନଙ୍କ ପାଇଁ ସରକାରଙ୍କ ଦ୍ୱାର ଅନୁମୋଦିତ ହୋଇଥିବା ଯନ୍ତ୍ରପାତି ବିନା ସୁଧାରେ ଋଣ ସାର ଇତ୍ୟାଦି ଜିନିଷ ଠିକ ସମୟରେ କେମିତି ପାଇ ପାରିବେ ସେ ଉପରେ ଆଲୋଚନା ହୋଇଥିବା ବେଳେ ୟୁରିଆ ସାରର ବ୍ୟବହାର ଉପରର ଏବଂ ଇୟୁରିଆ ସାର ସମିତିକୁ କମ୍ ଆସୁଥିବାରୁ ସଭା ରେ ଅସନ୍ତୋଷ ଦେଖାଯାଇଥିଲା।
ଏହି ବାର୍ଷିକ ସମିତି ସଭାରେ କଁଟାପାଳି ସମବାୟ ସମିତିର ସମସ୍ତ ସଭ୍ୟ ଗୋପୀକା ସ୍ୱାଇଁ, ସ୍ନେହଲତା ବାରିକ, ଗଙ୍ଗାଧର ଦାସ, ଅଶ୍ଵିନୀ ପଧାନ, ସଞ୍ଜୀବ ନାଏକ ସମେତ ରାଜ୍ୟ ସମବାୟ ସମିତି ଉପ ସଭାପତି ତଥା ଆଗଲପୁର ପାକ୍ସ ସଭାପତି ବିରୋସନ ସାହୁ, ବରପାଲି ପାକ୍ସ ସଭାପତି ଗୁରୁ ମେହେର, କୁମ୍ଭାରୀ ପାକ୍ସ ସଭାପତି ପ୍ରଫୁଲ୍ଲ ପଧାନ, ମହୁଲପାଲି ସରପଞ୍ଚ ରବୀନ୍ଦ୍ର ଭୋଇ, କଁଟାପାଳି ସରପଞ୍ଚ ଗଙ୍ଗାଧର ଦାସ, ସମିତି ସଭ୍ୟ ଅରୁଣ ସାହୁ ଯୋଗ ଦେଇ ଚାଷୀ ମାନଙ୍କ ଉନ୍ନତି ତଥା ଚାଷୀ ମାନେ ଅଧିକ ଲାଭବାନ ହୋଇ ସାବଲମ୍ବୀ ହୋଇପାରିବେ ବୋଲି ମତ ରଖିଥିଲେ ।
ଶେଷରେ ବୋର୍ଡ ସଭ୍ୟ ତଥା କନ୍ତାପାଲି ପଞ୍ଚାୟତ ସରପଞ୍ଚ ଗଙ୍ଗାଧର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।