କେନ୍ଦ୍ର ଗୃହମନ୍ତ୍ରୀଙ୍କ ପରେ ଓଡିଶା ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରମଣ

**EDS: TV GRAB** New Delhi: Union Minister Nirmala Sitharaman speaks in the Lok Sabha during the Winter Session of Parliament, in New Delhi, Monday, Dec. 2, 2019. (LSTV/PTI Photo) (PTI12_2_2019_000076B)

ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଓଡ଼ିଶା ଗସ୍ତରେ ଆସି ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି ।ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଶ୍ରୀମତୀ ସୀତାରମଣ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁରସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେଠାରୁ ସେ ପୁରୀ ଅଭିମୁଖେ ଗସ୍ତ କରିବେ ।ପୁରୀରେ ରାତିରେ ରହିବେ।

ଗୁରୁବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରକୁ ଯାଇ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ଏହାପରେ ପୁରୀର ପେଣ୍ଠକଟା ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପରଣ କରିବେ ।

ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସେ ବୀରହରେକୃଷ୍ଣପୁରସ୍ଥିତ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରି ଭୁବନେଶ୍ୱର ଫେରି ଆସିବେ । ଗୁରୁବାର ଅପରାହ୍ନରେ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ୱରଠାରେ କୁଇ ଓ ଦେଶୀୟ ଭାଷା ଉପରେ ଆଧାରିତ ଏକ ପୁସ୍ତକ ଉନ୍ମୋଚନ କରିବେ ଓ ପ୍ରାୟ ୫ଟାରେ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହଠାରେ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବେ । ଗୁରୁବାର ରାତିରେ ଶ୍ରୀମତୀ ସୀତାରମଣ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଅର୍ଥମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ବିରଞ୍ଚି ନାରାୟଣ ତ୍ରିପାଠୀ, ସାଧାରଣ ସଂପାଦକ ଶାରଦା ଶତପଥୀ, ଯତୀନ ମହାନ୍ତି ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *