କେସିଙ୍ଗାରେ ୫କୋଟିର ନୂତନ ପ୍ରକଳ୍ପ

କଳାହାଣ୍ଡି,(ସତ୍ୟ ନାରାୟଣ ମହାନନ୍ଦ) କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରର ବିଭିନ୍ନ ୱାର୍ଡ ରେ ନବ ନିର୍ମିତ ବିଭିନ୍ନ ପ୍ରକଳ୍ପ ନଗରପାଲ ନୃପରାଜ ଯାଦବ, କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ ଙ୍କ କରକମଳରେ ଉଦ୍ଘାଟିତ ହୋଇ ଯାଇଛି।ୱାର୍ଡ ନ ୬ କଲୋନୀ ପଡ଼ା ରେ ୧୦ ଲକ୍ଷ ଟଙ୍କାରେ ନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଓ ଗୋଷ୍ଠୀ କେନ୍ଦ୍ର , ୨୦ ଲକ୍ଷ ଟଙ୍କା ବ୍ୟୟରେ କେସିଙ୍ଗା ଏନ୍ ଏ ସି ର ନୂତନ ଅଫିସ ଗୃହ, ୩୫ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟରେ ଏନ୍ ଏ ସି ପରିସରରେ ନୂତନ ଷ୍ଟାଫ କ୍ୱାଟର, ୱାର୍ଡ ନ ୧୧ ରେ ୭ ଲକ୍ଷ ୯ ହଜାର ଟଙ୍କା ବ୍ୟୟରେ ମିଶନ ଶକ୍ତି ଗୃହ ଓ ସେହି ୧୧ ନମ୍ବର ୱାର୍ଡ ରେ ୬ ଲକ୍ଷ ୮୨ ହଜାର ଟଙ୍କା ବ୍ୟୟରେ ଏକ ଗୋଷ୍ଠୀ ଶୌଚାଳୟ ଉଦ୍ଘାଟନ ହୋଇଥିଲା । ସେହିପରି ଆସନ୍ତା ମାସରେ ବଗାଡ ରେ ୧ କୋଟି ୨୬ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କଲ୍ୟାଣ ମଣ୍ଡପ ,୪୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କଂସେଇଖାନା ଓ ପ୍ରାୟ ୧ କୋଟି ଟଙ୍କା ବ୍ୟୟରେ ନୂତନ ନିରାଶ୍ରୟ ମାନଙ୍କ ପାଇଁ ଆଶ୍ରୟସ୍ଥଲି ଉଦ୍ଘାଟନ କରାଯିବ ବୋଲି ଅଧ୍ୟକ୍ଷ ପ୍ରକାଶ କରିଥିଲେ।ଉକ୍ତ କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ଉପ ନଗରପାଳ ସରସ୍ଵତୀ ସାହା, କାଉନସିଲର ବିଦେଶୀ ଜେନା, ଶମ୍ଭୁ ବଗର୍ତ୍ତି ,ରୋହିତ ଜୈନ,ଧରଣୀଧର ନାଏକ, ଭୂପିନ ଘିଭେଲା,ପ୍ରକାଶ ବନଛୋର ଓ ସମସ୍ତ ୱାର୍ଡ କାଉନସିଲର କେସିଙ୍ଗା ଏନ୍ ଏ ସି ର କନିଷ୍ଠ ଯନ୍ତ୍ରୀ ନାରାୟଣ ମହାରଣା,ମୋହନ ସାହୁ,ଗଦାଧର ସିଂଦେଓ,ଅର୍ଜୁନ ସାହୁ,ଆକୁଳ ନାଏକ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।