ଗଭୀର ଅବପାତର ରୂପ ନେଲା ଲଘୁଚାପ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ରୂପ ନେଇଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣଇପାଗ କେନ୍ଦ୍ରର ସୂଚନା ଅନୁଯାୟୀ କାଲି ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । କିନ୍ତୁ ଓଡିଶା ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ । ବାତ୍ୟା ଦିଗ ପରିବର୍ତ୍ତନ କରିଥିବାରୁ ବିଶେଷ ଭାବେ ଏହାର କୌଣସି ପ୍ରଭାବ ପଡିବନି । ଉତ୍ତର-ଉତ୍ତର ପୂର୍ବ ଦିଗ ମୁହାଁଇଥିବାରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ। ସେହିପରି ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି୧୮ ତାରିଖ ସକାଳେ ବାଂଲାଦେଶ ଉପକୂଳ ମୋଙ୍ଗଲା ଓ ଖେପୁପରା ମଝିରେ ଅତିକ୍ରମ କରିବ। ୧୮ ତାରିଖ ସକାଳେ ପବନର ବେଗ ସର୍ବାଧିକ ୭୫ କିମି ରହିବ।ଫଳରେ ସମୁଦ୍ର ଅଶାନ୍ତରୁ ତୀବ୍ର ଅଶାନ୍ତ ହେବ । ଏଥିପାଇଁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *