ଗଙ୍ଗାଧରଙ୍କ ପ୍ରତ୍ୟେକ କାବ୍ୟ କବିତାରେ ପ୍ରକୃତି ଚିତ୍ରଣ, ଜାତୀୟତା ବୋଧର ନିଖୁଣ ଚିତ୍ର ରହିଥିବାରୁ ମେହେର ସାହିତ୍ୟ ଆଜି ବିଶ୍ଵ ଦରବାରରେ ପ୍ରତିଷ୍ଠିତ । ଗଙ୍ଗାଧର ମେହେରଙ୍କ ଜନ୍ମ ପୀଠ, କବି ତୀର୍ଥ ବରଗଡ ଜିଲ୍ଲା ବରପାଲିରେ ବହୁ ବିଶିଷ୍ଟ ବ୍ୟକ୍ତି ମତ ପ୍ରକାଶ କରିଛନ୍ତି । ଶ୍ରାବଣ ପୂର୍ଣ୍ଣିମା ତିଥିରେ ଗଙ୍ଗାଧର ଙ୍କ ଜୟନ୍ତୀ ଅବସରରେ ବରପାଲି ଏକ ଉତ୍ସବ ମୁଖର ଥିଲା । ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୋଭାଯାତ୍ରା ସାହିତ୍ୟ ସଭା ମାନ ଅନୁଷ୍ଠିତ ହୋଇଥିଲା।
ଗଙ୍ଗାଧର ମେହେର କ୍ଲବ ପକ୍ଷରୁ ସକାଳ ପ୍ରାୟ ୮ ଘଣ୍ଟା ସମୟରେ ଏକ ଶୋଭାଯାତ୍ରା କ୍ଲବରୁ ବାହାରି ନଗରପରିକ୍ରମା ପୂର୍ବକ କବିଙ୍କ ଜନ୍ମ ପୀଠ କବି ଭବନ ରେ ପହଞ୍ଚି କବିଙ୍କ ପ୍ରତିଛବିରେ ଦ୍ଵୀପ ପ୍ରଜ୍ବଳନ ଓ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ଏହି ଶୋଭାଯାତ୍ରାରେ ଗଙ୍ଗାଧର ମେହେର କ୍ଲବର ସଭ୍ୟ ମାନଙ୍କ ସହ ସରକାରୀ ଉଚ୍ଚ ବାଳକ ବିଦ୍ୟାଳୟ ର ଶତାଧିକ ଏନ୍ ଏନ୍ ସି ଛାତ୍ର ଯୋଗ ଦେଇଥିଲେ ।

ଓଡ଼ିଶା ସାହିତ୍ୟ ଏକାଡେ଼ମୀ ଓ ଗଙ୍ଗାଧର ମେହେର କ୍ଲବ ର ମିଳିତ ଆନୁକୁଲ୍ୟରେ କବି ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ସ୍ଥାନୀୟ ଗଙ୍ଗାଧର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା । କ୍ଲବ୍ ର ସଭାପତି ନରେନ୍ଦ୍ର କୁମାର ହୋତା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବା ସହ ସାହିତ୍ୟିକ ଲକ୍ଷ୍ମୀ କାନ୍ତ ତ୍ରିପାଠୀ, ମୁଖ୍ୟ ବକ୍ତା ଭାବେ ସୁସାହିତ୍ୟିକ ଡାକ୍ତର ଆଶୁତୋଷ ପ୍ରସାଦ ମିଶ୍ର, ସମ୍ମାନୀତ ବକ୍ତା ଡକ୍ଟର ଲକ୍ଷ୍ମଣ ମେହେର ଯୋଗ ଦେଇ ମେହେର ସାହିତ୍ୟର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଚିତ୍ରକୁଟ ମେହେରଙ୍କ କିଚକ ବଧର ଗଦ୍ୟାନୁବାଦ ପୁସ୍ତକ ଓ ସରୋଜ କୁମାର ଦାଶଙ୍କ ପଦ୍ମ ରାଗ ପୁସ୍ତକ କୁ ଉନ୍ମୋଚନ କରାଯାଇଥିଲା ।

ଏହି ଅବସରରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ପ୍ରସାଦ ଗୋୟଲ୍ ଉପସ୍ଥିତ ରହି ଜାତୀୟ ରାଜପଥରେ ଥିବା କବିଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରି ଜ୍ୟୋତି ଯାତ୍ରାର ଶୁଭାରମ୍ଭ କରିଥିଲେ ।