କଟକ ଜିଲ୍ଲା ମାହାଙ୍ଗା ବ୍ଲକ କୁଆଁପାଳ ସ୍ଥିତ ଜବାହରଲାଲ ନେହରୁ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ମହାବିଦ୍ୟାଳୟର ଅଧ୍ୟକ୍ଷ ବିସ୍ୟୋତୋସ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମାହାଙ୍ଗା ସ୍ବାଧୀନ ବିଧାୟକ ସାରଦା ପ୍ରସାଦ ପ୍ରଧାନ ଯୋଗ ଦେଇ କଲେଜର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ଵାରୋପ କରିବା ସହିତ କଲେଜ ପରିସରରେ ୫୫ହଜାର ବର୍ଗଫୁଟ ମଡେଲ ଗୃହ ନିର୍ମାଣ ସହିତ ୬୦୦ ଆସନ ବିଶିଷ୍ଟ ଇଣ୍ଡୋର ଷ୍ଟାଡିୟମ ସହିତ ଅଡ଼ିଟୋରିୟମ ଓ ଷ୍ଟାଫ କମନ ରୁମ ତିଆରି କରାଯିବା ବୋଲି ସୂଚନା ଦେଇଛନ୍ତି |
ମୁଖ୍ୟ ବକ୍ତା ଭାବେ କେନ୍ଦ୍ରାପଡାର ପୂର୍ବତନ ସାଂସଦ ଅନୁଭବ ମହାନ୍ତି ଯୋଗ ଦେଇଥିବା ବେଳେ ପ୍ରଧ୍ୟାପକ ଡ ନିଖୀଳେସପଦ ମହାନ୍ତି ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ |ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ସହଯୋଗ କରିଥିବା ବେଳେ ମହାବିଦ୍ୟାଳୟର ପୁରାତନ ଓ ବର୍ତ୍ତମାନର ବହୁ ଛାତ୍ରଛାତ୍ରୀ ସହଯୋଗ କରିଥିଲେ |