ଠାକୁରଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ ପାଳିତ

ଆଠମଲ୍ଲିକ ବ୍ଲକ ଠାକୁରଗଡ଼ରେ ଥିବା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ସାରସ୍ଵତ ବିହାର ଶିଶୁ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଛି। ପ୍ରଧାନ ଆଚାର୍ଯ୍ୟ ଅକ୍ଷୟ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆଠମଲ୍ଲିକ ବିଧାୟକ ନଳିନୀ କାନ୍ତ ପ୍ରଧାନ , ମୁଖ୍ୟ ବକ୍ତା ବିଶିଷ୍ଠ ଶିକ୍ଷାବିତ୍ ରମେଶ ଚନ୍ଦ୍ର ମିଶ୍ର, ସମ୍ମାନିତ ଅତିଥି ଭାବେ ସନ୍ୟାସୀ ନାଗା ବାବା, ଠାକୁରଗଡ଼ ସରପଞ୍ଚ ଚାରୁଲତା ମିଶ୍ର, ବିଦ୍ୟାମନ୍ଦିର ପରିଚାଳନା କମିଟି ର ସଭାପତି ଦିବାକର ପ୍ରଧାନ ଓ ସମ୍ପାଦକ ସୁଦର୍ଶନ ବେହେରା ଓ ଛାତ୍ର ଛାତ୍ରୀଙ୍କ ଅଭିଭାବକ ଓ ଯୋଗ ଦେଇଥିଲେ। ଏହି ଉତ୍ସବରେ ମୁଖ୍ୟ ଅତିଥି ତାଙ୍କ ଅଭିଭାଷଣ ରଖିଥିଲେ । ଏହି କାର୍ଯକ୍ରମରେ ବିଦ୍ୟାଳୟର୍ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କର ସାଂସ୍କୃତିକ କାର୍ଯକ୍ରମ ପରିବେଷଣ ହୋଇଥିଲା ।