ନିର୍ମାଣାଧୀନ ରେଳ ବ୍ରିଜ ଭୁଶୁଡ଼ି ୧୭ଶ୍ରମିକ ହରାଇଲେ ଜୀବନ

ମିଜୋରାମର ରାଜଧାନୀ ଆଇଜୱାଲ ନିକଟରେ ନିର୍ମାଣାଧୀନ ରେଳ ବ୍ରିଜ ଭୁଶୁଡ଼ିବା କାରଣରୁ ଏକ ବଡ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୭ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହା ମଧ୍ୟ କୁହାଯାଉଛି ଯେ ୩୦ ରୁ ୪୦ ଶ୍ରମିକ ଏବେବି ଭଙ୍ଗା ବ୍ରିଜ ତଳେ ଚାପି ହୋଇ ରହିଛନ୍ତି । ଶ୍ରମିକମାନଙ୍କୁ ବଞ୍ଚାଇବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମୃତକଙ୍କ ସଂଖ୍ୟା ବଢିପାରେ। ଅଘଟଣକୁ ନେଇ ମିଜୋରାମ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସାଇରଙ୍ଗ-ଶିମୂଳି ରେଳପଥ ଅତର୍ଗତ ଏହି ବ୍ରିଜ୍‌ ନିର୍ମାଣ କରାଯାଉଥିଲା। ଅଘଟଣକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମବେଦନା ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ଲାଗି ୫୦ ହଜାର ଟଙ୍କାର କ୍ଷତିପୂରଣ ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି।

ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ସେ, ‘କହିଛନ୍ତି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି,ମୁଁ ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *