


କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଶୈଲଙ୍ଗ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ପକ୍ଷରୁ ନିଶାସକ୍ତ ବ୍ୟକ୍ତି ମାନଙ୍କ ପାଇଁ ମାଗଣା ନିଶା ନିବାରଣ ଆରୋଗ୍ୟ କେନ୍ଦ୍ର ଉଦଘାଟିତ ହୋଇଛି।
ଏଥିରେ ମୁଖ୍ୟ ଅତିଥି ଭାବେ ଆନନ୍ଦପୁର ଉପଜିଲ୍ଲାପାଳ ଫାଲ୍ଗୁନି ମାଝି, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ପ୍ରବଚକ ଜିତୁ ଦାଶ, ସିଡିପିଓ ଓ ବହୁ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।