ପଶ୍ଚିମ ଓଡ଼ିଶାରେ ଧୂମଧାମରେ ପାଳନ ହେଉଛି ସମ୍ବଲପୁରି ଦିନ୍

ଆଜି ହେଉଛି ଅଗଷ୍ଟ ୧ ତାରିଖ । ସାରା ପଶ୍ଚିମ ଓଡ଼ିଶାରେ ଧୂମଧାମରେ ପାଳନ ହେଉଛି ସମ୍ବଲପୁରି ଦିନ । ଏହି କ୍ରମରେ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜନ୍ମସ୍ଥାନ ସୁବର୍ଣ୍ଣପୁରରେ ମଧ୍ୟ ଜୋରସୋରରେ ପାଳନ ହେଉଛି ସମ୍ବଲପୁରୀ ଦିନ । ଦିନ ତମାମ ସମ୍ବଲପୁରୀ ତାଳେ ତାଳେ ନାଚି ଗାଈ ମସଗୁଲ ଅଂଚଳବାସୀ । ଦିନ ସାରା ବିଭିନ୍ନ ସ୍ଥାନରେ ସମ୍ବଲପୁରୀ ନାଚ, ଗୀତ ସହ ସମ୍ବଲପୁରି ବସ୍ତ୍ର ପରିଧାନ କରି ମସଗୁଲ ଅଛନ୍ତି ଅଂଚଳବାସୀ ।

ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କୁ ମନେ ପକାଇବା ପାଇଁ 2013 ମସିହା ଅଗଷ୍ଟ ୧ ତାରିଖରୁ ପାଳନ ହେଉଛି ସମ୍ବଲପୁରି ଦିନ । ସ୍ଥାନୀୟ ବ୍ଲକ ଛକ ଠାରେ ଆଜି ପାଳିତ ହୋଇଥିବା ସମ୍ବଲପୁରୀ ଦିନରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ, ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ । ଆଗାମୀ ଦିନରେ ସମ୍ବଲପୁରୀ ଦିନକୁ ଅଧିକ ପ୍ରଚାର ପ୍ରସାର କରିବା ସହିତ ବିଶ୍ୱ ଦରବାରରେ ପହଂଚାଇବାକୁ ଅନୁରୋଧ କରିଥିଲେ । ପରେ ସମ୍ବଲପୁରୀ ଗୀତର ତାଳେ ତାଳେ ନାଚିଥିଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ କଳାକାର ଯୋଗ ଦେଇ ନୃତ୍ୟ ଗୀତ ପରିବେଷଣ କରିବା ସହିତ ସମ୍ବଲପୁରୀ ଦିନ ପାଳନ କରିଥିଲେ । ଆଜି ସକାଳୁ ଜିଲ୍ଲାରେ ବର୍ଷା ଲାଗି ରହିଥିଲେ ମଧ୍ୟ ସମ୍ବଲପୁରି ଦିନ ଉତ୍ସବ ପାଳନରେ କୌଣସି ପ୍ରକାର ବାଧା ସୃଷ୍ଟି କରିପାରି ନାହିଁ ।

Leave a Reply

Your email address will not be published. Required fields are marked *