
ବର୍ତ୍ତମାନର ସବୁଠାରୁ ବଡ ଖବର, ପୁଣି ଆସିଲା ଗଣଦୁଷ୍କର୍ମର ଅଭିଯୋଗ । ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ ଗଣଦୁଷ୍କର୍ମର ଅଭିଯୋଗ ହୋଇଛି । ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ନେଇ ଯୁଯୁମୁରା ଥାନାରେ ଅଭିଯୋଗ ହେବା ରାଜ୍ୟରେ ଚାଞ୍ଚଲ୍ୟ ଖେଳିଯାଇଛି | ରାଜ୍ୟରେ ପ୍ରତିଦିନ କେଉଁଠି ନା କେଉଁଠି ଏପରି ଖବର ଦେଖିବାକୁ ମିଳୁଛି | ଯାହା ଆପଣ ଦେଖୁଛନ୍ତି,ବର୍ତ୍ତମାନ ଏକ ବଡ ଖବର ଆସି ପହଞ୍ଚିଛି, ପୁଣି ଜଣେ ନାବାଳିକା ଶିକାର ହୋଇଛନ୍ତି ଗଣଦୁଷ୍କର୍ମର | ଏହି ଘଟଣାରେ ୫ଜଣ ସମ୍ପୃକ୍ତ ଥିବାବେଳେ ୪ ଜଣକୁ ପୁଲିସ ଉଠାଇନେଇଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ଘଟଣାରେ ଅନ୍ୟ ଜଣେ ଫେରାର ରହିଛି । ପୁଲିସ ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।