ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ଘସିପୁରା ବ୍ଲକ ଅନ୍ତର୍ଗତ ଦେଓଗାଁ ସ୍ଥିତ କୁଶଳେଶ୍ଵର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅନ୍ନପୂର୍ଣ୍ଣା ମହାରଣା ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ପ୍ରିୟମ୍ବଦା ରାଉତ ଙ୍କ ସଭାପତିତ୍ବରେ ଏହି ସଭାରେ ମୁଖ୍ୟ ଅତିଥି ଭାବେ ଏସ.ଡି.ଭି.ଓ. ଆନନ୍ଦପୁର ଡକ୍ଟର ନକୁଳ ଚରଣ ନାୟକ ଯୋଗଦେଇ ବିଦାୟୀ ଶିକ୍ଷୟିତ୍ରୀ ଙ୍କ ଅବସର ସମୟ ସୁଖସମୃଦ୍ଧି ସହ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ I ଏହି ଅବସରରେ ବିଦାୟୀ ଶିକ୍ଷୟିତ୍ରୀ ଙ୍କୁ ମାନପତ୍ର ଉପଢୌକନ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା ।

ମୁଖ୍ୟ ବକ୍ତା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ ଡକ୍ଟର ରାମଚନ୍ଦ୍ର ନାୟକ, ସମ୍ମାନିତ ଅତିଥି ଦେଓଗାଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ଜେନା , ପଞ୍ଚସଖା ଶିକ୍ଷା ସେତୁ ର ସଭାପତି ମୁରଲୀଧର ରାଉତ, ଦେଓଗାଁ ସରପଞ୍ଚ ସତ୍ୟ ରଞ୍ଜନ ଭୁୟାଁ, ସାହାରାପଡା ବ୍ଲକ ଶିକ୍ଷା ଅଧିକାରୀ ତପୋଧନ ସ୍ୱାଇଁ, ପ୍ରମୁଖ ଯୋଗଦାନ କରି ବିଦାୟୀ ଶିକ୍ଷୟିତ୍ରୀ ସଦାସର୍ବଦା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଜଣେ ଆଦର୍ଶ ଶିକ୍ଷୟିତ୍ରୀ , ଛାତ୍ରବତ୍ସଳ, କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ଭାବେ ଛାତ୍ରଛାତ୍ରୀଙ୍କ ହୃଦୟ ରେ ରହିବେ ବୋଲି ଅତିଥି ମାନେ କହିଥିଲେ ।

ମାନପତ୍ର ପଠନ ସୁକାନ୍ତ କୁମାର ଜେନା କରିଥିବା ବେଳେ ଅତିଥି ପରିଚୟ ସୌଗନ୍ଧିକା ଭୁୟାଁ, ଧନ୍ୟବାଦ ଅର୍ପଣ ସ୍ୱର୍ଣ୍ଣ ମଞ୍ଜରୀ ମିଶ୍ର କରିଥିଲେ । ଏହା ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ କୁ ପରିଚାଳନାରେ ସହଯୋଗ କରିଥିଲେ ।