ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ବଡହାତନାବେଡା ପରିସରରେ ଆଜି ୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବିତରଣ କାର୍ଯ୍ୟକ୍ରମ ଅତ୍ୟନ୍ତ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି।
ସମଗ୍ର ଶିକ୍ଷା ଅନ୍ତର୍ଗତ ଓସେପାର ଚିଠି ସଂଖ୍ୟା ୪୩୬୦ର ଗାଇଡଲାଇନ ଏବଂ ବିଭାଗୀୟ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡଙ୍କ ନିର୍ଦ୍ଦେଶକ୍ରମେ ଏହି ପ୍ରକ୍ରିୟା ଶେଷ ହୋଇଛି। ଆସନ୍ତା ୨୭ ଏପ୍ରିଲ ପୂର୍ବରୁ ପୋଷାକ ବଣ୍ଟନ ଶେଷ କରିବାକୁ ଥିବା ଲକ୍ଷ୍ୟକୁ ପୂରଣ କରି, ଆଜି ଶନିବାର ଦିନ ଶିଶୁ ବାଟିକା ଠାରୁ ଆରମ୍ଭ କରି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ନୂତନ ପୋଷାକ ପ୍ରଦାନ କରାଯାଇଛି।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ: ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଏବଂ ସମସ୍ତ ସଭ୍ୟା/ସଭ୍ୟ। ଅଭିଭାବକ ଓ ସ୍ଥାନୀୟ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ। ଶିକ୍ଷା କ୍ଷେତ୍ରରେ ଏଭଳି ସମୟୋଚିତ ପଦକ୍ଷେପ ପାଇଁ ଅଭିଭାବକ ଏବଂ ପରିଚାଳନା କମିଟି ପକ୍ଷରୁ ରାଜ୍ୟ ସରକାର, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଯଶୀପୁର ବିଧାୟକ ତଥା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ବିଶେଷ ଧନ୍ୟବାଦ ଜ୍ଞାପନ କରାଯାଇଛି।

ଏହାସହ ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ସହଯୋଗ ପାଇଁ ସମସ୍ତେ କୃତଜ୍ଞତା ପ୍ରକାଶ କରିଛନ୍ତି। ନୂତନ ଶିକ୍ଷାବର୍ଷର ପ୍ରାରମ୍ଭରେ ପୋଷାକ ପାଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।