କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଉଛୁଲା ପଞ୍ଚାୟତ କୁଣ୍ଡିଗୁଡା ଗ୍ରାମରେ ଭାଲୁ ଆକ୍ରମଣ | ଉଦେ ମାଝୀ ନାମକ ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ସକାଳୁ ଶୌଚ ପାଇଁ ଚାଷଜମିକୁ ଯିବାବେଳେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କୋକସରା ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ ।
ପରେ ସ୍ୱାସ୍ଥ୍ୟବସ୍ଥା ଜଟିଳ ହେବାରୁ ଉଦେଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ବନ ବିଭାଗ ପହଂଚି ତାଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେଇଥିବା ଜଣାପଡିଛି ।