ବରଗଡ଼ ଜିଲ୍ଲା ଘେଁସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟୁ ପିଟିଲା ସ୍କୋର୍ପିଓ l ଜଣେ ମୃତ ୪ ଗୁରୁତର । ସ୍ଥାନୀୟ ଲୋକେ ଉଦ୍ଧାର କରି ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି l

ଯାତ୍ରୀ ମାନେ ଛତିଶଗଡ଼ ରାଜ୍ୟ ରାୟଗଡର ବୋଲି ପ୍ରାଥମିକ ସୂଚନାରୁ ଜଣାପଡିଛି l ଗାଡ଼ିରେ ଦୁଇ ମହିଳା ଓ ଦୁଇ ଶିଶୁଙ୍କ ସମେତ ସମୁଦାୟ 5 ଜଣ ଥିବା ସୂଚନା ମିଳିଛି l ଘଟଣା ସ୍ଥାଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଗୁରୁତରଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି ସ୍ଥାନୀୟ ଲୋକେ l