ରାୟଗଡା ଜିଲ୍ଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା । ଜଣେ ଷଷ୍ଠ ଶ୍ରେଣୀର ଛାତ୍ରୀ ହୋଇଛନ୍ତି ୬ମାସର ଗର୍ଭବତୀ । ଏହା ଜଣାପଡିବା ପରେ ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ ସହଯୋଗରେ ରାୟଗଡା ଶିଶୁ କଲ୍ୟାଣ କମିଟି ନିକଟରେ ନାବାଳିକାକୁ ହାଜର କରାଯାଇଛି । ଦୀର୍ଘ ସମୟ ଧରି ଉକ୍ତ ନାବାଳିକା ଙ୍କୁ ସମସ୍ତ ବିଷୟରେ ପଚରାଉଚରା କରୁଛି ଶିଶୁ କଲ୍ୟାଣ କମିଟି । ଏହି ଅଭାବନୀୟ ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଘଟିଥିବା ଜଣାପଡିଛି । ରାୟଗଡା ସଦର ବ୍ଲକ ଜୁଡି ଗ୍ରାମର ଜଣେ ୧୭ ବର୍ଷର ନାବାଳକ କଲ୍ୟାଣସିଂହପୁର ଦେବଗିରୀ ମହାବିଦ୍ୟାଳୟ ର ଯୁକ୍ତ ଦୁଇ ପ୍ରଥମ ବର୍ଷ ପଢୁଥିବା ନାବାଳିକା ଛାତ୍ରୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ ।

ଉକ୍ତ ନାବାଳିକାଙ୍କ ସହ ନାବାଳକଙ୍କ ର ପ୍ରେମ ସଂପର୍କ ରହିବା ପରେ ଶାରିରୀକ ସଂପର୍କ ଗଡି ଉଠିଥିଲା । ପରେ ସେ ୬ ମାସର ଗର୍ଭବତୀ ହେବା ପରେ ନାବାଳିକାଙ୍କ ପରିବାର ଲୋକେ ଝିଅକୁ ନାବାଳକଙ୍କ ଘରେ ଛାଡି ଦେଇଥିଲେ । ଏହି ଘଟଣା ପ୍ରଚାରିତ ହେବା ପରେ ରାୟଗଡା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ନାବାଳିକା କୁ ଉଦ୍ଧାର କରି ସିଡବ୍ଲୁସି ନିକଟରେ ହାଜର କରିଛି । ଅନ୍ୟପଟେ ଘଟଣାର ତଦନ୍ତ ଚାଲିଛି ବୋଲି ସିଡବ୍ଲୁସି ଚେୟାରମ୍ୟାନ ସୂଚନା ଦେଇଛନ୍ତି ।