
ବରଗଡ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲା ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଅନ୍ଯାନ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟ, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୬୧ ଗୋଟି ଅଭିଯୋଗ ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ ଏବଂ ୦୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି । ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦେଶ ।