ଦୁର୍ଘଟଣାରେ ଚାଲିଗଲା ବାପା ମା’ଙ୍କ ସହ ଝିଅର ଜୀବନ

କୋରାପୁଟ ଜିଲ୍ଲା ପଟାଙ୍ଗୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ଏକ କାର୍ ସହ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଘଟିଛି ୩ଜଣଙ୍କର ମୃତ୍ୟୁ ।  ଆଜି ସକାଳେ ଏକ କାର୍‌ରେ ବାପା ମା’ ଓ ଛୋଟ ଝିଅ କୌଣସି କାମରେ ବୈପାରୀଗୁଡ଼ାରୁ ବିଶାଖାପାଟଣା ଯାଉଥିଲେ । ଏହି ସମୟରେ ପୁଙ୍ଗାର ଗାଁ ନିକଟରେ ବିପରିତ ଦିଗରୁ ଆସୁଥିବା ଟ୍ୟାଙ୍କର ସହ ସେମାନଙ୍କ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବାପା ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ଝିଅଟିର ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ଟ୍ୟାଙ୍କର ଓ ତାର ଡ୍ରାଇଭରକୁ ଅଟକ ରଖିଛନ୍ତି। ଦୁର୍ଘଟଣାରେ ପରେ ଜାତୀୟ ରାଜପଥରେ ଗାଡ଼ିଚଳାଚଳ ବନ୍ଦ ରହିଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଆଜି ସକାଳ ପ୍ରାୟ ୬ଟା ବେଳେ ଜୟପୁରରୁ ଏକ କାର( ଓଡି୧୦ପି ୫୯୧୨)ରେ ଗୋଟିଏ ପରିବାରର ତିନିଜଣ ସଦସ୍ୟ(ବାପା,ମା ଓ ଛୁଆ) ବିଶାଖାପାଟଣା ଅଭିମୁଖେ ଯାଉଥିଲେ। ଅପରପକ୍ଷରେ ଏକ ଟ୍ୟାଙ୍କର ବିଶାଖାପାଟଣାରୁ ଦାମନଯୋଡ଼ି ଅଭିମୁଖେ ଆସୁଥିଲା। ଜାତୀୟ ରାଜପଥ-୨୬ର ପୁଙ୍ଗାର ଗାଁ ନିକଟରେ ଦୁଇଟି ଗାଡ଼ି ମଧ୍ୟରେ  ମୁହାଁମୁହିଁ ଧକ୍କା ହୋଇଥିଲା। ଏହା ଫଳରେ ଘଟଣାସ୍ଥଳରେ ହିଁ ୩ଜଣଙ୍କର ପ୍ରାଣହାନୀ ଘଟିଥିଲା।  ଖବର ପାଇ  ପଟାଙ୍ଗୀ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ଡାକ୍ତରଖାନାକୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।

ଦୁଇ ଦିନରେ ଲଗାତର ଦୁଇଟ ବଡ ଧରଣର ଦୁର୍ଘଟଣା ସମଗ୍ର ଜିଲ୍ଲାକୁ ଦୋହଲାଇ ଦେଇଛି। ଗତକାଲି ଗଞ୍ଜାମ  ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଘଟିଥିଲା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।  ଏକ ବିବାହ ଭୋଜି ଖାଇସାରି ବରଯାତ୍ରୀ ଏକ ଘରୋଇ ବସରେ ଖଣ୍ଡଦେଉଳି ଫେରୁଥିଲେ। । OSRTC ବସ୍‌ ଗୁଡ଼ାରୀରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା । ବିଳମ୍ବିତ ରାତିରେ OSRTC ବସ୍ ଓ ବରଯାତ୍ରୀ ବସ୍ ମଧ୍ୟରେ ଖେମୁଣ୍ଡି କଲେଜ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା ଏହି ଦୁର୍ଘଟଣାରେ ୧୨ ଜଣଙ୍କ ଜୀବନ ଚାଲିଗଲା । ମୃତକଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବାବେଳେ ୪ ଜଣ ମହିଳା ଓ ୨ ଜଣ ଶିଶୁ ଥିଲେ

ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଗୁରୁତର ହୋଇଥିଲେ । ଆମ୍ବୁଲାନ୍ସ ଓ ଦମକଳ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ । ସଙ୍ଗେସଙ୍ଗେ ସେମାନଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା । ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ଘରୋଇ ବସ୍‌ରେ ୨୫ ଜଣ ଯାତ୍ରୀ ଥିବା ବେଳେ ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିଲା । ଦୁର୍ଘଟଣାସ୍ଥଳକୁ ବ୍ରହ୍ମପୁର ଏସପି ଓ ତହସିଲଦାର ଯାଇ ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ସହାୟତା କରିଥିଲେ।

Leave a Reply

Your email address will not be published. Required fields are marked *