ରାଜ୍ୟରେ ୫୦୦ ଛୁଇଁଲା, ଦେଶରେ ୧୦୧୧୨ ଚିହ୍ନଟ

ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୫୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬ ହଜାର ୬୧୬ଟି ନମୁନା ପରୀକ୍ଷା ହୋଇଥିବା ବେଳେ ୫୦୨ ପଜିଟିଭ୍ ଚିହ୍ନଟ ହୋଇଛି । ଏଥିସହ ରାଜ୍ୟରେ ସକ୍ରିୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୯୨୬କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ଆଉ ୨୭୩ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ୧୦,୧୧୨ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଶନିବାର ରିପୋର୍ଟ ତୁଳନାରେ ଏହି ସଂଖ୍ୟା କମ୍ ରହିଛି । ଶନିବାର ରିପୋର୍ଟରେ ୧୨,୧୯୩ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା । ଦେଶରେ ଚିକିତ୍ସାଧୀନ ଥିବା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୮୦୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୯,୮୩୩ ଜଣ ସୁସ୍ଥ ହୋଇଛନ୍ତି । ୮ଟି ରାଜ୍ୟରେ କୋରୋନା ପିଜିଟିଭିଟି ହାର ୧୦% ଉପରେ ରହୁଛି । ସ୍ଥିତି ଉପରେ ନଜର ରଖିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଥିଲା ।

Leave a Reply

Your email address will not be published. Required fields are marked *