
ଆଜି 75 ତମ ସାଧାରଣତନ୍ତ୍ର ଦିବସ ସାରା ଦେଶରେ ବେଶ ଆନନ୍ଦ ଓ ଉଲ୍ଲାସ ମଧ୍ୟରେ ଆୟୋଜିତ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟର କୋଣଅନୁକୋଣରେ ମଧ୍ୟ ବେଶ ଧୁଧାମରେ ପାଳନ କରାଯାଇଛି । ଆଜି ସକାଳେ ଭୁବନେଶ୍ବରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିରେ ସମ୍ମାନିତ ଅତିଥୀ ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପତାକା ଉତ୍ତୋଳନ ପରେ ଆରମ୍ଭ ହୋଇଥିଲା ପରେଡ କାର୍ଯ୍ୟକ୍ରମ। ଏହି ପରେଡର ନେତୃତ୍ବ ନେଇଥିଲେ ଯୁବ ଆଇପିଏସ ଅଫିସର ଏ ବି ଶିଳ୍ପା। ଗଣତନ୍ତ୍ର ଦିବସ ଅବସରରେ ପୁଲିସ, ଅଗ୍ନିଶମ, ହୋମଗାର୍ଡ, ସାମରିକ ପ୍ରତିରକ୍ଷା ଏବଂ ଅନ୍ୟ ସେବା ବିଭାଗର ମୋଟ ୧ ହଜାର ୩୨ ଜଣ କର୍ମଚାରୀଙ୍କୁ ବୀରତ୍ବ ପୁରସ୍କାର ଏବଂ ସେବା ପଦକରେ ସମ୍ମାନିତ କରାଯାଇଛି।
ସେହିପରି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଣତନ୍ତ୍ର ଦିବସ ପ୍ୟାରେଡ ଅନୁଷ୍ଠିତ ହୋଇଛି । ଯେଉଁଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିବାଦନ ଗ୍ରହଣ କରିଥିଲେ। ପରେଡ଼ରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ସମାରୋହରେ ଭାରତର ସମୃଦ୍ଧ ସାଂସ୍କୃତିକ ବିବିଧତା,ଏକତା, ପ୍ରଗତି ଏବଂ ସାମରିକ ଶକ୍ତି ପ୍ରଦର୍ଶନ କରାଯାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ଜାତୀୟ ଯୁଦ୍ଧ ସ୍ମାରକୀ ପରିଦର୍ଶନ କରି ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
Thanks for sharing. I read many of your blog posts, cool, your blog is very good. https://www.binance.com/register?ref=QCGZMHR6