ବାରିପଦା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଅଡୁଆରେ ରାମଚନ୍ଦ୍ର

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ । ଅଡୁଆରେ ମୟୂରଭଞ୍ଜ ବାରିପଦା ଉପଜିଲ୍ଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ରାଜସ୍ୱ ସହାୟକ ରାମଚନ୍ଦ୍ର ସେନ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଏକକାଳୀନ ବିଭିନ୍ନ ସ୍ଥାନରେ ଛାପା ମାରିଛି ବିଭାଗ ।

କୁଳିଅଣା ବ୍ଲକ୍ ପଢ଼ିଆରୀପୁରସ୍ଥିତ ୪ ମହଲା କୋଠା, ରଘୁନାଥଗଞ୍ଜରେ ଥିବା ୩ ମହଲା କୋଠା, ଉପଜିଲ୍ଲାପାଳଙ୍କ ଅଫିସ, ରାମଚନ୍ଦ୍ରଙ୍କ ଶ୍ୱଶୁର ଘର ଏବଂ ଶାମାଖୁଣ୍ଟା ବ୍ଲକ ଅଧୀନ ଖଣ୍ଡିଆସ୍ଥିତ ବାସଭବନ ଓ ସମଖୁଣ୍ଟା ତହସିଲଦାରଙ୍କ କାର୍ଯ୍ୟାଳୟ ସମେତ ସେନଙ୍କ ପୁଅଙ୍କ ଅଫିସ୍ ରୁମରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ।

ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୀର୍ଘ ଦିନ ଧରି କାର୍ଯ୍ୟ କରୁଥିଲେ ରାମଚନ୍ଦ୍ର ସେନ । ତାଙ୍କ କାର୍ଯ୍ୟକଳାପ ସନ୍ଦେହ ଘେରକୁ ଆସିବା ପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଶେଷରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ସର୍ଚ୍ଚ ୱାରେଣ୍ଟ ଜାରି କରିବା ପରେ ରେଡ୍ କରିଛି ଟିମ୍ । ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୫ ଡିଏସପି, ୭ ଇନ୍ସପେକ୍ଟରଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିଲେ ।

Leave a Reply

Your email address will not be published. Required fields are marked *