୧୬ ଯାଏ ପ୍ରବଳ ବର୍ଷିବ

ବୁଧବାର ସୃଷ୍ଟ ଲଘୁଚାପ ଏବେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିବା ସହ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ରହିଛି । ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବାରୁ ଆହୁରି ବଢ଼ିବ ବର୍ଷା ପରିମାଣ । ଫଳରେ ଆହୁରି କଲବଲ ହେବେ ରାଜ୍ୟବାସୀ।

ଆସନ୍ତାକାଲିଠାରୁ ଲଘୁଚାପ କ୍ଷେତ୍ର ସ୍ଥଳ ଭାଗକୁ ପ୍ରବେଶ କଲେ ଜଳୀୟ ବାଷ୍ପର ମାତ୍ରା କମିବ । ଫଳରେ ବର୍ଷାର ମାତ୍ରା କମିବ । ତେବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଛତିଶଗଡ଼ ଆଡ଼କୁ ମୁହାଁଉଥିବାରୁ ଉପକୂଳରେ ବର୍ଷା ପରିମାଣ କମିବା ସହ ପଶ୍ଚିମ ଓଡ଼ିଶାର ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ । ଉପରମୁଣ୍ଡରେ ବର୍ଷା ବଢ଼ିବ । କିଛି ନଦୀରେ ଜଳସ୍ତର ବଢ଼ିପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି ।

ଆଜି ମଧ୍ୟାହ୍ନ ପର ଠାରୁ ବର୍ଷାର ପ୍ରଭାବ କମିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିବ । ସେପ୍ଟେମ୍ବର ମାସରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଅଗଷ୍ଟରେ ନିଅଣ୍ଟିଆ ବର୍ଷା ହୋଇଥିଲା । ୧୯ ତାରିଖ ପରେ ପୁଣି ବର୍ଷା ବଢ଼ିବାର ସମ୍ଭାବନା ଥିବାରୁ ନିଅଣ୍ଟିଆ ସ୍ଥିତି ରହିବ ନାହିଁ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave a Reply

Your email address will not be published. Required fields are marked *