‘ଆମ ଓଡିଶା ନଵୀନ ଓଡିଶା’ କାର୍ଯ୍ୟକ୍ରମ

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ଆମ ଓଡିଶା ନଵୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡିଶାର ଦ୍ବିତୀୟ ଜିଲ୍ଲା ଭାବରେ ଭଦ୍ରକରେଏହି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସହରର ଗାନ୍ଧୀ ପଡିଆରେ ଏନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲ୍ଲାରେ ଉନ୍ନତି ମୂଳକ କାର୍ଯ୍ୟକୁ ନେଇ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ। ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଭଦ୍ରକ ସଦର ବିଧାୟକ ସଞ୍ଜୀବ ମଲ୍ଲିକ, ଭଣ୍ଡାରିପୋଖରୀର ବିଧାୟକ ପ୍ରଫୁଲ୍ଲ ସାମଲ, ବାସୁଦେବପୁରରୁ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବିଭିନ୍ନ ପଞ୍ଚାୟତର ସରପଞ୍ଚଙ୍କ ସହ ଆଲୋଚନା କରିଥିଲେ। ଆଗାମୀ ଦିନରେ ଜିଲ୍ଲାର ସମସ୍ତ ପଞ୍ଚାୟତରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନର ବିକାଶ ଉପରେ ଗୁରୁତ୍ୱ ଦିଆଯିବ। ଏପରିକି ବାବା ଆଖଣ୍ଡଳମଣୀ ମନ୍ଦିରର ଉନ୍ନତି ମୂଳକ କାର୍ଯ୍ୟ ତ୍ବରାନ୍ବିତ କରିବାକୁ ୫ଟି ସଚିବ ନିଜ ବିବୃତିରେ କହିଥିଲେ। ତୁରନ୍ତ ପଞ୍ଚାୟତର ସମସ୍ତ ସମସ୍ୟା ଦୂର ହେବ ବୋଲି ମତ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସମସ୍ତ ସମିତି ସଭ୍ୟ, ଜନ ପ୍ରତିନିଧି, ଵ୍ଲକର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଏତଦ ଵ୍ୟତୀତ ୩୦ଗୋଟିଏ ଓ୍ବାର୍ଡ ଓ ୩୬ ଗୋଟିଏ ପଞ୍ଚାୟତ ଵାସିନ୍ଦା ମାନେ ମଧ୍ୟ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *