ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ

ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ମୁଖ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯକ୍ରମରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବଲାଙ୍ଗିର ଗୁଡଭେଲା ବିଡିଓ ଏବଂ ତହସିଲଦାର ଉପସ୍ଥିତ ଥିଲେ । ଏଥିରେ ବିଭିନ୍ନ ସମସ୍ୟାକୁ ନେଇ ସମୁଦାୟ ୨୮ଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିବା ବେଳେ ୨୧ଟି ବ୍ୟକ୍ତିଗତ ଅଭିଯୋଗ ଦାଖଲ ହୋଇଥିଲା । ଅବଶିଷ୍ଟ ୭ଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୫ଟି ଅଭିଯୋଗର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି କିମ୍ବା ଜିଲ୍ଲା ରେଡକ୍ରସ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର ହୋଇନାହିଁ । ଏହି ଗସ୍ତ କାଳରେ ଜିଲ୍ଲାପାଳ, ତୁଷୁରା ଉଚ୍ଚ ବିଦ୍ୟାଳୟ ଏବଂ କଲେଜରେ ଚାଲିଥିବା ୫ଟି କାମକୁ ଅନୁଧ୍ୟାନ କରି ଜଲଦି କାମ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ଆଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *