ଦଶହରା ପୂର୍ବରୁ ଶୁଭଦ୍ରା ଭେଟି ଦେବେ ମୋହନ ସରକାର

ଆଉ ମାତ୍ର ୨ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ମୋହନ ସରକାର। ପୁଣି ଲକ୍ଷ ଲକ୍ଷ ମହିଳା ହେବେ ଖୁସି । ଗତ ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆଉ ମାତ୍ର ୨ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଅକ୍ଟୋବର ୯ରେ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କୁ ଆକାଉଣ୍ଟକୁ ଯିବ । ବାରିପଦାରୁ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅକ୍ଟୋବର ୯ ତାରିଖରେ ମହିଳାଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ଟଙ୍କା ପଠାଇବେ। ଏହା ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରାୟ ୪୦ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା ଯିବ। ଅକ୍ଟୋବର ୭ ଯାଏ ପଞ୍ଜିକରଣ କରିଥିଲେ ଅର୍ଥ ମିଳିବ।

Leave a Reply

Your email address will not be published. Required fields are marked *