
ଆସନ୍ତାବର୍ଷ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ରଥ କାଠ ଚିହ୍ନଟ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍ , ନୟାଗଡର ଦଶପଲ୍ଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ଯାତ୍ରା କରିଛନ୍ତି । ଶ୍ରୀମନ୍ଦିରରୁ ମାଳ ମାହାର୍ଦ୍ଦ, ନଡିଆ, ପତନୀ, ସିନ୍ଦୁର, ଦୀପ, ନୈବେଦ୍ୟ ନେଇ ଏହି ଟିମ୍ ଯାତ୍ରା କରିବେ। ଏହି ଟିମରେ ରଥ ନିର୍ମାଣର ବରିଷ୍ଠ ତତ୍ତ୍ବାବଧାରକ ସୁଦର୍ଶନ ମେକାପ, ରଥ ଅମିନ, ଭୋଇ ସର୍ଦ୍ଦାର ରବି ଭୋଇ ରହିଛନ୍ତି ।
ବଡରାଉଳ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଠାକୁରାଣୀଙ୍କ ଅନୁମତି ନେଇ ରଥକାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ ।ତିନି ରଥ ନିର୍ମାଣ ପାଇଁ ୮୬୫ କାଠର ଆବଶ୍ୟକତା ରହିଛି । ପୂର୍ବବର୍ଷର ୫୧ ଖଣ୍ଡ କାଠ ବଳକା ରହିଥିବା ବେଳେ ଚଳିତ ବର୍ଷ ମୋଟ ୮୧୪କାଠର ଆବଶ୍ୟକତା ରହିଛି ।