

ଘସିପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ‘ମିଳିତ ସାଧାରଣ ଅଭିଯୋଗ ଶୁଣାଣି’ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ, ଏସପି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସ୍ଥାନୀୟ ଲୋକଙ୍କ ଠାରୁ ବିଭିନ୍ନ ଅଭିଯୋଗ ଶୁଣିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ଦ୍ୱାରା ଚିହ୍ନିତ ହୋଇଥିବା ଦଶ ଜଣ ଦିବ୍ୟାଙ୍ଗଙ୍କୁ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (DMF Keonjhar) ସହାୟତାରେ ଇଲେକ୍ଟ୍ରିକ ହ୍ୱିଲଚେୟାର ପ୍ରଦାନ କରାଯାଇଥିଲା।