ଆଦର୍ଶ ଥାନା ପୁଲିସର ନୂତନ ଅପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ

ଖୋର୍ଦ୍ଧା ଜୟୀରାଜଗୁରୁ ଟାଉନ ହଲ ପରିସରରେ ଆଦର୍ଶଥାନା ପୁଲିସ ପକ୍ଷରୁ ନୂତନ ଅପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ କାର୍ଯ୍ୟକ୍ରମରେ ଅତିଥିଭାବେ ଏସପି ସାଗରିକା ନାଥ, ପୂର୍ବତନ ଏସପି ଦେବ ପ୍ରସାଦ ମଜୁମଦାର, ଖୋର୍ଦ୍ଧା ଓକିଲ ସଂଘ ସଭାପତି ଜୀବନ ଜ୍ୟୋତି ମିଶ୍ର, ଏସ୍ଡିପିଓ ନିହାର ରଞ୍ଜନ ଦାସ ପ୍ରମୁଖ ଯୋଗଥିଲେ |

ଭାରତୀୟ ସଂସଦ ତିନୋଟି ଐତିହାସିକ ଆଇନ ଯଥା ଭାରତୀୟ ଦଣ୍ଡବିଧି ସଂହିତା- ୧୮୬୦, କ୍ରିମିନାଲ ପ୍ରୋସିଜର କୋଡ୍-୧୯୭୩ ଏବଂ ଭାରତୀୟ ପ୍ରମାଣ ଆଇନ-୧୮୭୨ କୁ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା-୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା- ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ସଂହିତା-୨୦୨୩ ସହିତ ବଦଳାଇ ଅପରାଧିକ ନ୍ୟାୟ ବ୍ୟବସ୍ଥାରେ ଏକ ପରିବର୍ତନମୂଳକ ପଦକ୍ଷେପ ନିଆଯାଇଛି ବୋଲି କହିଥିଲେ । ଭାରତୀୟ ନ୍ୟାୟ ମୂଲ୍ୟବୋଧ ଉପରେ ଆଧାରିତ ଏହି ନୂତନ ଆଇନ ଭାରତୀୟ ନ୍ୟାୟ ପଦ୍ଧିକୁ ପ୍ରତିଫଳିତ କରିବ | ଦଣ୍ଡମୂଳକ ଦୃଷ୍ଟିକୋଣରୁ ନ୍ୟାୟଭିତିକ ଆଭିମୁଖ୍ୟ ଆଡ଼କୁ ପରିବର୍ତନକୁ ସୂଚାଇଥାଏ ।

ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଏକ ଅପରାଧିକ ନ୍ୟାୟ ବ୍ୟବସ୍ଥା ସୃଷ୍ଟି କରିବା ଯାହା କେବଳ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ କରେ ନାହିଁ ବରଂ ଆଇନ ବ୍ୟବସ୍ଥାକୁ ମଧ୍ୟ ବଜାୟ ରଖେ ଓ ସମସ୍ତଙ୍କ ପାଇଁ ସୁଲଭ ଓ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରେ ବୋଲି କହିଥିଲେ । ଏଥିରେ କାର୍ଯ୍ୟକ୍ରମରେ ଅଂଚଳର ଶିକ୍ଷାବିତ, ବରିଷ୍ଠନାଗରିକ, ସାମ୍ବାଦିକ, ଛାତ୍ରଛାତ୍ରୀ ଆଦି ଉପସ୍ଥିତ ଥିଲେ।