
ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଉପଲକ୍ଷେ ଖୋର୍ଦ୍ଧା ବିଜୁ ଜନତା ଦଳ ପଲଟନ ପଡିଆ ସ୍ଥିତ କାର୍ଯ୍ୟାଳୟରେ ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ଉପ ସଭାପତି ଦେବୀ ପ୍ରସାଦ ମିଶ୍ର , ବେଗୁନିଆଁ ବୋଲଗଡର ବିଧାୟକ ପ୍ରଦୀପ କୁମାର ସାହୁ,ପୁର୍ବତନ ଖୋର୍ଦ୍ଧା ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଟାଙ୍ଗୀ ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରିଶ୍ନା ମାନ୍ଧାତା , ଖୋର୍ଦ୍ଧା ପୌର ପରିଷଦର ୧୫ ରୁ ଉର୍ଦ୍ଧ କାଉନସିଲର ଉପସ୍ଥିତ ଥିଲେ। ଏହି ଆଲୋଚନା ଚକ୍ରରେ ଆଧୁନିକ ଓଡ଼ିଶା ନିର୍ମାଣରେ ବିଜୁ ବାବୁଙ୍କ ଅବଦାନ ଓ ତାଙ୍କରି ଆଦର୍ଶରେ ଓଡ଼ିଶାର ସମୃଦ୍ଧି ଓ ଆଗାମୀ ଆହ୍ବାନ ସମ୍ପର୍କରେ ଅତିଥିମାନେ ମତବ୍ୟକ୍ତ କରିଥିଲେ ।