ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିର୍ଧାରିତ ତାରିଖ ଅନୁଯାୟୀ ଆଜି ବରଗଡ ଜିଲ୍ଲାର ସମସ୍ତ ମଣ୍ଡିରେ ଧାନ କିଣା ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଗୋରୁ ମାର୍କେଟ ଠାରେ ବରଗଡ ନିୟନ୍ତ୍ରିତ ବଜାର କମିଟି ଦ୍ଵାରା ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ ବିଧାୟକ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବରଗଡ ଆରଏମସିର ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ସେହିଭଳି ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ ଅତାବିରା ଏବଂ ଗୋଡଭଗା ଧାନ ମଣ୍ଡିରେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତାବିରା ଆରଏମସିର ରବି ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଥିବା ବେଳେ

ପଦମପୁର ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ କେଉଁଠିପାଲି ଏବଂ ଆର୍ଡା ଧାନ ମଣ୍ଡିରେ ମାନ୍ୟବର ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗଡ଼ତିୟା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଦମପୁର ଆରଏମସିର ରବି ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟାଲଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ, ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ ଏବଂ ବରଗଡ,ଅତାବିରା ଓ ପଦମପୁର ନିୟନ୍ତ୍ରିତ ବଜାର କମିଟିର ସମସ୍ତ କର୍ମକର୍ତ୍ତା ନିଜ ନିଜ ଆରଏମସି ଅଧିନସ୍ଥ ଧାନ ମଣ୍ଡିରେ ଉପସ୍ଥିତ ଥିଲେ ।