
ରଥଯାତ୍ରାରେ ଶାନ୍ତିପୂର୍ଣ୍ଣ ଓ ସୁସଂଗଠିତ ଭାବରେ ଭକ୍ତମାନେ ଯାତ୍ରା କରିପାରିବେ ବୋଲି ନିଶ୍ଚିତ କରିବାକୁ, ପୁରୀ ଏସ୍ପି ବିନିତ ଅଗ୍ରୱାଲ, ଆଇପିଏସ ପୁରୀର ବିଭିନ୍ନ ସ୍ଥାନ ବୁଲି ଭକ୍ତ ଓ ସାହିରେ ରହୁଥିବା ସ୍ଥାନୀୟ ଲୋକ ମାନଙ୍କ ସୁବିଧା ଓ ଅସୁବିଧା ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ସମୟରେ ସ୍ଥାନୀୟ ନିବାସୀଙ୍କ ସହ ଆଲୋଚନା କରି ସେମାନଙ୍କ ଅଭିଯୋଗ ଗୁଡ଼ିକୁ ଗ୍ରହଣ କରିଛନ୍ତି । ମୁଖ୍ୟ ଅଭିଯୋଗ ଗୁଡିକ ହେଉଛି ସ୍ଥାନୀୟ ଯାନବାହନର ନିୟନ୍ତ୍ରିତ ଚଳାଚଳ, ଭକ୍ତମାନେ ନିର୍ଦ୍ଦିଷ୍ଟ ମାର୍ଗ ଜାଣିନଥିବାରୁ ହେଉଥିବା ସମସ୍ୟା ।

ଏସ୍ପି ପୁରୀ ସ୍ଥାନୀୟ ଲୋକଙ୍କ ଅଭିଯୋଗକୁ ଗମ୍ଭୀରତା ସହିତ ଗ୍ରହଣ କରି କମ ସମୟ ମଧ୍ୟରେ ସମାଧାନ କରାଯିବ ବୋଲି ନିଶ୍ଚିତ ଆଶ୍ୱାସନ ଦେଇଛନ୍ତି । ଏହି ଗସ୍ତ ସମୟରେ ଏସ୍ପି ରଥଯାତ୍ରା, ବାହୁଡା ଯାତ୍ରା ଓ ସୁନାବେଶ ୨୦୨୫ ପାଇଁ ଭକ୍ତମାନଙ୍କ ଗୁଡିକୁ ଲେନ୍ ଭିତ୍ତିକ ଆଗମନ କେମିତି ବଡଦଣ୍ଡକୁ ପ୍ରବେଶ କରାଯିବ ତାହା ଆଲୋଚନା କରିଥିଲେ । ଏହି ଗ୍ରସ୍ତରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲଙ୍କ ସହ ଅତିରିକ୍ତ ଏସ୍ପି ସୌମ୍ୟ ରଞ୍ଜନ ମଲ୍ଲିକ, ଅତିରିକ୍ତ ଏସ୍ପି ସଚିନ ପଟେଲ, ସିଟି ଡିସିପି ପ୍ରଶାନ୍ତ କୁମାର ସାହୁ, ଟ୍ରାଫିକ ଡିସିପି ରାଜକୁମାର ପରିଡା, ମନ୍ଦିର ଏସି ଘନଶ୍ୟାମ ହେମ୍ବ୍ରମ, ପ୍ରମୁଖ ଉପସ୍ଥିତ ଥିଲେ ।

ଏସ୍ପି ପୁରୀ ସମସ୍ତ ଅଧିକାରୀଙ୍କୁ ସମ୍ବେଦନଶୀଳ ଏବଂ ଭିଡ଼ ଅଞ୍ଚଳ ଚିହ୍ନଟ କରି ମାଇକ୍ରୋ ଯୋଜନା ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେ ମନ୍ଦିର ପ୍ରଶାସନ, ପୋଲିସ ଓ ସେଠାକାର ଲୋକମାନଙ୍କ ସହ ସମନ୍ୱୟ ରଖି ଭକ୍ତମାନଙ୍କ ପାଇଁ ସୁରକ୍ଷିତ ଓ ଆଧ୍ୟାତ୍ମିକ ଅନୁଭବ ନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ପୁରୀ ପୋଲିସ ପକ୍ଷରୁ ଜନସାଧାରଣଙ୍କ ସୁବିଧା ଓ ସୁରକ୍ଷା ପାଇଁ ସଂକଳ୍ପବଦ୍ଧ ପ୍ରୟାସ ଜାରି ରହିଛି।