
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ନୂଆପାଣି ଗାଁ ପେଟ୍ରୋଲ ପମ୍ପ ନିକଟରେ ଟ୍ରକକୁ ପଛ ପଟୁ ଧକ୍କା ଦେଲା ଆମ୍ବୁଲାନ୍ସ। ଆମ୍ବୁଲାନ୍ସରେ ଥିବା ରୋଗୀ ସମେତ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମାନେ ରାଉରକେଲା ଅଂଚଳର ହୋଇଥିବା ଜଣାପଡିଛି।ଆମ୍ବୁଲାନ୍ସଟି ରାଉରକେଲାରୁ ଭୁବନେଶ୍ୱର ରୋଗୀ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ତେବେ ଅସାବଧାନତା କାରଣରୁ ଟ୍ରକ ପଛରେ ଆମ୍ବୁଲାନ୍ସଟି ପିଟି ହୋଇ ଯାଇଥିଲା। ସମସ୍ତ ଗୁରୁତରଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।