
କେନ୍ଦୁଝର ଜିଲ୍ଲା ଯୋଡା ସହରର ୱାର୍ଡ ନଂ ୧ର ତଲକ୍ ହାଟିଂ ରେ ସ୍ତ୍ରୀର ଶିଳପୁଆ ମାଡରେ ସ୍ବାମୀ ର ମୃତ୍ୟୁ ଘଟି ଥିବା ଘଟଣାରେ ପୋଲିସ ତଦନ୍ତ କରି ଅଭିଯୁକ୍ତ ସ୍ତ୍ରୀ କୁ ଗିରଫ କରିଛି । ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,ଶନିବାର ସନ୍ଧ୍ୟା ସମୟରେ ସ୍ବାମୀ କେନ୍ଦୁଆ ଲୋହାର ତାଙ୍କ ସ୍ତ୍ରୀ ଲେମ୍ବ ଲୋହ।ର ସହିତ କଳହ ହୋଇଥିଲା ।ଏଥିରେ ଉତ୍କ୍ଷିପ୍ତ ହୋଇ ସ୍ତ୍ରୀ ଲେମ୍ବ ଘରେ ଥିବା ଶିଳପୂଆ ରେ ସ୍ବାମୀ ର ମୁଣ୍ଡକୁ ପ୍ରହ।ର କରିଥିଲ। ।ରକ୍ତ ଯୁଡୁବୁଡୁ ଅବସ୍ଥାରେ ରାତି ସମୟରେ ତାଙ୍କୁ ପ୍ରଥମେ କମାର ଯୋଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ନିଆ ଯାଇଥିଲେ ।ଅବସ୍ଥା ସଙ୍କଟପନ୍ନ ହେବାରୁ ପରେ କେନ୍ଦୁଝର ଓ ସେଠାରୁ କଟକ ଡାକ୍ତର ଖାନ।କୁ ସ୍ଥାନାନ୍ତର କରାଯାଇଥିଲା ।

ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀର ମୃତ୍ୟୁ ଘଟିଥିଲା । ଯୋଡା ପୋଲିସ ସୋମବାର ସାଇନ୍ଟିଫିକ ଟିମ୍ ସହିତ ଅଭିଯୁକ୍ତ ଘରକୁ ଯାଇ ଆକ୍ରମଣରେ ବ୍ୟବହୃତ ହୋଇଥିବା ଶିଳପୁଆ ଓ ଅନ୍ୟାନ୍ୟ ପ୍ରମାଣ ଓ ରକ୍ତ ନମୁନା ସଂଗ୍ରହ କରିବା ସହିତ ଅଭିଯୁକ୍ତ ସ୍ତ୍ରୀ ଲେମ୍ବ ଲୋହାରକୁ ଗିରଫ କରି କେସ ନଂ ୧୪୭/୨୫ ରେ ହତ୍ୟା ମାମଲା ରୁଜୁ କରି କୋର୍ଟଚାଲାଣ କରିଥିବା ଆଇଆଇସି ସୁଶାନ୍ତ ପ୍ରଧାନ ସୂଚନା ଦେଇଛନ୍ତି ।