ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗହିରପାଟୁଳିର ତୃତୀୟ ବାର୍ଷିକ ଉତ୍ସବ ଭବ୍ୟ ଆୟୋଜନ

ଯାଜପୁର ଜିଲ୍ଲାର ଦାନଗଦି ବ୍ଲକ୍ ଅନ୍ତର୍ଗତ ଗହିରପାଟୁଳି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଗତଦିନ ଭବ୍ୟ ଭାବେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଯୋଗଦେଇ ଉତ୍ସବର ଶୁଭ ଉଦଘାଟନ କରିଥିଲେ। ତାଙ୍କ ଉଦ୍ବୋଧନରେ ଶିକ୍ଷାର ଗୁରୁତ୍ୱ ଓ ଛାତ୍ରଛାତ୍ରୀମାନଙ୍କ ସମଗ୍ର ବିକାଶ ଉପରେ ସେ ଜୋର ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଆଦର୍ଶ ବିଦ୍ୟାଳୟର ଜୋନ ଅଧ୍ୟକ୍ଷ ଦିଲ୍ଲୀପ କୁମାର ସାହୁ, ଦାନଗଦି ବ୍ଲକ ବିଡ଼ିଓ ପ୍ରଦୀପ କୁମାର ସେଠୀ, ସରପଞ୍ଚ ଗୀତାଞ୍ଜଳି ବେହେରା ସହିତ ଅନ୍ୟାନ୍ୟ ପ୍ରମୁଖ ବ୍ୟକ୍ତିମାନେ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ବିନୋଦ ବିହାରୀ ଆଏଚ ଏହି ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯାଇଥିଲା।

ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ବାରା ନୃତ୍ୟ ସଙ୍ଗୀତ ଆଦି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଉପସ୍ଥିତ ଦର୍ଶକମାନଙ୍କୁ ମନୋରଞ୍ଜନ କରାଯାଇଥିଲା। ଉତ୍ସବର ଶେଷ ପର୍ଯ୍ୟାୟରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ସମେତ ବହୁସଂଖ୍ୟକ ଅଭିଭାବକ ଉପସ୍ଥିତ ଥିଲେ ।