ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ପ୍ରଶାସନ ପକ୍ଷରୁ ଜାରକାସ୍ଥିତ ଧର୍ମଶାଳା ଷ୍ଟାଡିୟମ ସଭାଗୃହରେ ‘ବିକାଶର ଧାରା, ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ସୁଚିସ୍ମିତା ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
କାର୍ଯ୍ୟକ୍ରମରେ ବିଧାୟକ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ବିକାଶମୂଳକ ଓ ଜନକଲ୍ୟାଣକାରୀ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ସାଧାରଣ ଲୋକଙ୍କ ନିକଟରେ ସେବା ପହଞ୍ଚାଇବା ଦିଗରେ ହୋଇଥିବା କାର୍ଯ୍ୟ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।ଏହି ଅବସରରେ ୨୨୦ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଆବାସ ଗୃହର ଅନୁମୋଦନପତ୍ର ପ୍ରଦାନ କରାଯାଇଥିଲା। ସେହିପରି ମଧୁବାବୁ ପେନସନ ଯୋଜନା ଅଧୀନରେ ୨୭୭ ଜଣଙ୍କୁ ସହାୟତା ବଣ୍ଟନ କରାଯାଇଥିବା ବେଳେ ୩୧୪ ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ମୋବାଇଲ ଫୋନ୍ ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଜନପ୍ରତିନିଧି, ବିଜେପି କର୍ମୀ, ସରକାରୀ ଅଧିକାରୀ ଏବଂ ସ୍ଥାନୀୟ ଲୋକ ଉପସ୍ଥିତ ରହିଥିଲେ।