ସାବଧାନ…ଆସୁଛି କାଳବୈଶାଖୀ, ମାରିବ ବିଜୁଳି…ପଡିବ ଘଡଘଡି

A rotating supercell thunderstorm moves across northeast Colorado. The dynamics, microphysics, and societal impacts of severe thunderstorms are one of the key research areas at the National Center for Atmospheric Research.

ପ୍ରଚଣ୍ଡ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଛି । କିନ୍ତୁ ଏହାରି ଭିତରେ ଆଶ୍ୱସ୍ତିକର ଖବର ଆସିଛି । ଆସନ୍ତା କାଲି ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ତାପମାତ୍ରା କମିବ ।

ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚତାରେ ଛତିଶଗଡ଼ ଉପର ଦେଇ ପଶ୍ଚିମ ବିହାରରୁ ଉତ୍ତର ତେଲେଙ୍ଗାନା ପର୍ଯ୍ୟନ୍ତ ଏକ ଲଘୁଚାପ ଲାଇନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୧ ତାରିଖ ରବିବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର, ଦକ୍ଷିଣ, ଆଭ୍ୟନ୍ତର, ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାର ପ୍ରାୟ ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦-୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏଥିସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *