ଆହୁରି କିଛି ଦିନ ଯାଏ ଗ୍ରୀଷ୍ମଲହରୀ, ପଶ୍ଚିମରେ ଅଧିକ ତାତି

ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ଲୋକଙ୍କ ପାଇଁ ଟେନସନର କାରଣ ପାଲଟିଛି । ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହେଲାଣି । ଲୋକେ ଘରୁ ବାହାରିବା ପାଇଁ ଆଉ ମନ ବଳାଉନାହାଁନ୍ତି । ପୁଣି ଅଘୋଷିତ ବିଦ୍ୟୁତ୍ କାଟ୍ ରାଜଧାନୀବାସୀଙ୍କୁ ସମସ୍ୟାରେ ପକାଉଛି । ଗୁଳୁଗୁଳି ବେଳେ ବାରମ୍ବାର ବିଦ୍ୟୁତ୍ କାଟ୍ ଲୋକଙ୍କ ଟେନସନକୁ ଦ୍ୱିଗୁଣିତ କରିଛି ।

ପଶ୍ଚିମରେ ତାତି ବଢୁଥିବା ବେଳେ ଉପକୂଳରେ କିନ୍ତୁ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି । ରାଜ୍ୟରେ ଦିନରେ ତାପମାତ୍ରା ବୃଦ୍ଧି ଘଟୁଛି । ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଛି । ତେଣୁ ସକାଳୁ ଗରମ ସହିତ ଅପରାହ୍ମରେ ସାମାନ୍ୟ ଆଶ୍ବସ୍ତି ମିଳୁଛି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଖରା ବଢ଼ିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ପଶ୍ଚିମ ଓଡ଼ିଶାରେ ତାପମାତ୍ରା କିନ୍ତୁ ଅଧିକ ରହିବ । କେତେକ ସ୍ଥାନର ତାତି ୪୫ ଡିଗ୍ରୀ ଛୁଇଁବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କେତେକ ସହରର ତାପମାତ୍ରା ୪୪ ଡିଗ୍ରୀରୁ ଅଧିକ ରହୁଥିବା ବେଳେ ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି ।
ଖରା ସହିତ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରୁଛି ।

କୌଣସି ଜରୁରୀ କାମ ନଥିଲେ ଘରୁ ବାହାରନ୍ତୁ ନାହିଁ । ଏଭଳି ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଛି । ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ମଧ୍ୟ ହେଉଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହୁଛି । ଆସନ୍ତା କିଛି ଦିନ ଯାଏ ତାପମାତ୍ରା ବଢ଼ିବ, ଗୁଳୁଗୁଳି ହେବ । ସେଥିପାଇଁ ସତର୍କତାମୂଳକ ପଦକ୍ଷେପ ପାଇଁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *