ବୃଦ୍ଧାଙ୍କୁ ହତ୍ୟା ଅଭିଯୋଗରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

ବୃଦ୍ଧାଙ୍କୁ ହତ୍ୟା ଅଭିଯୋଗରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ଭୋଗିବାକୁ ପଡ଼ିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲାରେ । ଜିଲ୍ଲା ଓ ଦୌରାଜଜ୍ ଚିତ୍ତରଞ୍ଜନ ମହାପାତ୍ର ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍ ଦଣ୍ଡ ରାୟ ଶୁଣାଇଛନ୍ତି ।

ବୃଦ୍ଧାଙ୍କୁ ହତ୍ୟା କରି ଶେଷରେ ଜେଲରେ ସାରା ଜୀବନ କଟାଇବେ ଅଭିଯୁକ୍ତ । ଏଭଳି ରାୟ ପ୍ରକାଶ କରିଛନ୍ତି କୋର୍ଟ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଜାମୁନାଳିଆ ଗାଁରେ ୨୦୧୩ ମସିହା ସେପ୍ଟେମ୍ବର ୮ ତାରିଖରେ ଘଟିଥିଲା ଏକ ହତ୍ୟାକାଣ୍ଡ । ଜମ୍ଭୀରା ବେୱା ନାମକ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଥିଲା । ପାରିବାରିକ କଳହରୁ ସେହି ଗାଁର ଦେବାନନ୍ଦ ନାୟକ ଭୁଜାଲିରେ ହାଣି ତାଙ୍କୁ ହତ୍ୟା କରିଥିଲା ।

ଏ ନେଇ ଥାନାରେ ଅଭିଯୋଗ କରିଥିଲେ ମୃତକଙ୍କ ପରିବାର ଲୋକେ । ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଅଦାଲତରେ ଉପସ୍ଥିତ ରହି ୧୨ ଜଣ ସାକ୍ଷ୍ୟ ଦେବା ପରେ ଦେବାନନ୍ଦକୁ ଦୋଷୀ ସାବ୍ୟସ୍ତ କରିଥିଲେ କୋର୍ଟ । ଶେଷରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ରାୟ ଶୁଣାଇଛନ୍ତି ଅଦାଲତ । ଏଥିସହ ୫୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

Leave a Reply

Your email address will not be published. Required fields are marked *