ବିଜେପିର ପ୍ରତିଷ୍ଠା ଦିବସ,’ସେବା ହିଁ ସଂଗଠନ’ଦଳର ମନ୍ତ୍ର

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସ୍ଥାପନା ଦିବସ ପାଳନ ଅବସରରେ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଓ କନକ ବର୍ଦ୍ଧନ ସିଂହଦେଓ ଦଳୀୟ ପତାକା ଉତ୍ତୋଳନ କରିବା ସହିତ ପାର୍ଟିର ପ୍ରତିଷ୍ଠାତା ସଭାପତି ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ ଏବଂ ସାଧାରଣ ସଂପାଦକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଦୀର୍ଘ ୪୩ ବର୍ଷର ଯାତ୍ରା ପୂରଣ କରି ଭାରତୀୟ ଜନତା ପାର୍ଟି ତାର ୪୪ତମ ପ୍ରତିଷ୍ଠା ଦିବସ ଦେଶବ୍ୟାପୀ ପାଳନ କରିଛି । କୋଟିକୋଟି କାର୍ଯ୍ୟକର୍ତ୍ତା ଭାରତୀୟ ଜନତା ପାର୍ଟିର ବିଚାରକୁ ପ୍ରତିଷ୍ଠା କରିବା ପାଇଁ ଦୀର୍ଘଦିନ ଧରି ସମୟ,ତ୍ୟାଗ,ସମର୍ପଣ ଓ ବଳିଦାନ ଦେଇଛନ୍ତି । ସଂଗଠନକୁ ମଜଭୁତ୍ କରିଥିବା ଏବଂ ବିଶ୍ୱର ସର୍ବବୃହତ ରାଜନୈତିକ ଦଳ ଭାବେ ଗଢ଼ି ତୋଳିଥିବା ସମସ୍ତ କାର୍ଯ୍ୟକର୍ତ୍ତା ଚିର ସ୍ମରଣୀୟ ହୋଇ ରହିବା ସହ ଆମ ସମସ୍ତଙ୍କୁ ସର୍ବଦା ପ୍ରେରଣା ଯୋଗାଇବ । ‘ସେବା ହିଁ ସଂଗଠନ’କୁ ମୂଳମନ୍ତ୍ର କରି ବିଜେପିର ସମସ୍ତ କାର୍ଯ୍ୟକର୍ତ୍ତା ନିରନ୍ତର କାର୍ଯ୍ୟ କରି ଚାଲିଛନ୍ତି । ‘ସବକା ସାଥ୍,ସବକା ବିକାଶ,ସବକା ବିଶ୍ୱାସ,ସବକା ପ୍ରୟାସ’କୁ ମୂଳମନ୍ତ୍ର କରି ରାଷ୍ଟ୍ରହିତ କାର୍ଯ୍ୟରେ ବିଜେପି ନିଜ କାର୍ଯ୍ୟଧାରାକୁ ଜାରି ରଖିଛି ।

ଓଡ଼ିଶାରେ ବିଜେପିକୁ ଯେଉଁ ଭଳି ଜନସମର୍ଥନ ମିଳୁଛି ତାହା ଅତ୍ୟନ୍ତ ଉତ୍ସାହଜନକ ଏବଂ ମୁଖ୍ୟ ବିରୋଧୀ ଦଳ ଭାବେ ରାଜ୍ୟବାସୀ ଯେଉଁ ଦାୟିତ୍ୱ ପ୍ରଦାନ କରିଛନ୍ତି,ତାକୁ ସୂଚାରୁ ରୂପେ ନିର୍ବାହ କରି ରାଜ୍ୟବାସୀଙ୍କ ସ୍ୱାର୍ଥ ପାଇଁ କାର୍ଯ୍ୟ କରିବାକୁ ନେତା ଓ କର୍ମୀ ସଂକଳ୍ପବଦ୍ଧ । ସମସ୍ତ ଜିଲ୍ଲା,ମଣ୍ଡଳ ଏବଂ ବୁଥ୍‌ ଗୁଡ଼ିକରେ ‘ପ୍ରତିଷ୍ଠା ଦିବସ’ ପାଳନ ହୋଇଯାଇଛି ।

Leave a Reply

Your email address will not be published. Required fields are marked *