ଝାରସୁଗୁଡ଼ା କ୍ଷମତା ହାତେଇବାକୁ ବିଜେପିର ରଣନୀତି

ଝାରସୁଗୁଡ଼ା ଉପନିର୍ବାଚନ ସୁପରିଚାଳନା ଓ ସୁପ୍ରଚାର ପାଇଁ ବିଜେପି ପକ୍ଷରୁ ପ୍ରସ୍ତୁତି ହୋଇଛି । ଦୁଇଟି କମିଟିର ନାମ ଘୋଷଣା କରିଛନ୍ତି ରାଜ୍ୟ ସଭାପତି । ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ୮ ଜଣ ସଦସ୍ୟ ଅଛନ୍ତି । ସେହିପରି ସାଂସଦ ତଥା ପୂର୍ବତନ ରାଜ୍ୟ ସଭାପତି ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପ୍ରଚାର କମିଟିରେ ୧୪ ଜଣ ସଦସ୍ୟ ଅଛନ୍ତି ।

ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ । ଆସନ ହାତେଇବା ପାଇଁ ବିଜେପି ଲକ୍ଷ୍ୟ ରଖିଥିବା ବେଳେ ନିର୍ବାଚନ ସୁପରିଚାଳନା ପାଇଁ ୨ଟି କମିଟିର ନାଁ ଘୋଷଣା କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ସାଂସଦ ଜୁଏଲ୍ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ଜୟ ନାରୟଣ ମିଶ୍ର, କେ.ଭି.ସିଂଦେଓଙ୍କ ଭଳି ନେତା ଅଛନ୍ତି । ସେହିପରି ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପ୍ରଚାର କମିଟିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ମୋହନ ମାଝି, ପ୍ରଦୀପ ପୁରୋହିତ, ନାଉରୀ ନାୟକ, ସୁବାଷ ପାଣିଗ୍ରାହୀ ପ୍ରମୁଖ ସଦସ୍ୟ ଅଛନ୍ତି ।

Leave a Reply

Your email address will not be published. Required fields are marked *