ହାଟଡିହି ବ୍ଲକ କାର୍ଯ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ

ହାଟଡିହି ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିରର ଆୟୋଜନ ହୋଇଯାଇଛି। ବିପିସି ସୁବ୍ରତ ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶିବିରକୁ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଡ଼ିଓ ରଞ୍ଜନ କୁମାର ପରିଡ଼ା, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ ପ୍ରମୁଖ ଯୋଗଦେଇ ରକ୍ତଦାନ ମହାପୁର୍ଣ୍ୟ ସଚେତନତାର ଉକ୍ତି ବାଢ଼ିଥିଲେ । ତେଣୁ ସମସ୍ତ ବ୍ୟକ୍ତିମାନେ ରକ୍ତଦାନ ଶିବିର ଆୟୋଜନ କରିବାକୁ ଆହ୍ବାନ ଦେଇଥିଲେ। ଆନନ୍ଦପୁର ରକ୍ତଭଣ୍ଡାରର ଡାକ୍ତର ଓ କର୍ମଚାରୀ ମାନେ ଉପସ୍ଥିତ ରହି ରକ୍ତଦାତାଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ।