Category: ବରଗଡ଼

  • ଶେଷ ପର୍ଯ୍ୟାୟରେ ବରଗଡ଼ ଧନୁଯାତ୍ରା, ଗୋପପୁରେ ବିୟୋଗର ମୁହୂର୍ତ୍ତ

    ଶେଷ ପର୍ଯ୍ୟାୟରେ ବରଗଡ଼ ଧନୁଯାତ୍ରା, ଗୋପପୁରେ ବିୟୋଗର ମୁହୂର୍ତ୍ତ

    ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗତକାଲି ଧନୁଯାତ୍ରାର ନବମ ରଜନୀ ଉତ୍ସାହ ଓ ଭାବନାରେ ପୂର୍ଣ୍ଣ ହୋଇଥିଲା। ମାମୁ କଂସଙ୍କ ନିମନ୍ତ୍ରଣ ପାଇ ଶ୍ରୀକୃଷ୍ଣ ଓ ବଳରାମ ମଥୁରାକୁ ଗମନ କରିବା ବେଳେ ଗୋପପୁରର ପରିବେଶ ସ୍ତବ୍ଧ ହୋଇଯାଇଥିଲା। ବେନି ଭାଇଙ୍କୁ ବିଦାୟ ଦେବା ସମୟରେ ଗୋପଗୋପୀଙ୍କ ଆଖିରେ ଅଶ୍ରୁ ଓ ମନରେ ବିୟୋଗର ବେଦନା ସ୍ପଷ୍ଟ ଭାବେ ଦେଖାଯାଇଥିଲା। ସେହି ସମୟରେ ରାଜଦରବାରରେ ଶ୍ରୀକୃଷ୍ଣଙ୍କୁ ହତ୍ୟା କରିବା ପାଇଁ କଂସଙ୍କ ଷଡ଼ଯନ୍ତ୍ର ମଞ୍ଚସ୍ଥ ହୋଇଥିଲା, ଯାହା ଦର୍ଶକଙ୍କୁ ଆକୃଷ୍ଟ କରିଥିଲା।

    ଆଜି ଧନୁଯାତ୍ରା ମହୋତ୍ସବର ଦଶମ ରଜନୀ। ଏହି ରଜନୀରେ ଶ୍ରୀକୃଷ୍ଣ ଓ ବଳରାମ ମଥୁରାରେ ବୁଲାବୁଲି କରିବା ସହ କୁବଜଙ୍କୁ ଉଦ୍ଧାର କରିବେ। ଏହି ଅବସରରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଆସନ୍ତାକାଲି ଧନୁଯାତ୍ରାର ଅନ୍ତିମ ରଜନୀ ହେବ ଏବଂ ଶନିବାର କଂସବଧ ଅନୁଷ୍ଠିତ ହୋଇ ମହୋତ୍ସବର ସମାପ୍ତି ଘଟିବ। ଗତ ମାସ ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଧନୁଯାତ୍ରାରେ ଯୋଗ ଦେଇଥିଲେ।

    ସୂଚନାଯୋଗ୍ୟ ଯେ, ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ଗତ ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହୋଇ ୧୧ ଦିନ ଧରି ଚାଲୁଛି ଏବଂ ୨୦୨୬ ଜାନୁଆରୀ ୩ ତାରିଖରେ ସମାପ୍ତ ହେବ। ଏଥର ଧନୁଯାତ୍ରାରେ କଂସ ସମେତ ସମସ୍ତ ପ୍ରମୁଖ ଚରିତ୍ର ପାଇଁ ପୂର୍ବରୁ କଳାକାର ଚୟନ କରାଯାଇଥିଲା।

    ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶୀଲ ମେହେର କଂସ ଅଭିନେତା ଭାବେ ମନୋନୀତ ହୋଇଥିବାବେଳେ ପ୍ରଭାସ କୁମାର ତ୍ରିପାଠୀ ମୁଷ୍ଟିକ, ହିମାଂଶୁ ସାହୁ ଚାଣୁର, ଆର୍ତ୍ତତ୍ରାଣ ମହାପାତ୍ର ଉଗ୍ରସେନ, କାମରାଜ ଭୋଇ ନାରଦ, ମନୋଜ ସାହୁ ବସୁଦେବ, ଜଗନ୍ନାଥ ସାହୁ ଅକ୍ରୂର, ଜଗବନ୍ଧୁ ମହାଲିଙ୍ଗ ସାର୍ତ୍ତକୀ, ହେମନ୍ତ ପ୍ରଧାନ ସେନାପତି ଓ ଗୁଲାବ ଚନ୍ଦ୍ର ଦାଶ ମହାମନ୍ତ୍ରୀ ଭୂମିକାରେ ଅଭିନୟ କରୁଛନ୍ତି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଏହି ସମସ୍ତ ଘୋଷଣା ଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ କରାଯାଇଥିଲା।

  • କଂସ ଦରବାରରେ ରୋମାଞ୍ଚକ, ଧନୁଯାତ୍ରାରେ ମଥୁରା–ଗୋପପୁର ଲୀଳା

    କଂସ ଦରବାରରେ ରୋମାଞ୍ଚକ, ଧନୁଯାତ୍ରାରେ ମଥୁରା–ଗୋପପୁର ଲୀଳା

    ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାରେ ଦ୍ୱିତୀୟ ଦିନ ଧାର୍ମିକ ଓ ନାଟ୍ୟମୟ ଦୃଶ୍ୟରେ ମଥୁରା ଗୋପପୁର ଜୀବନ୍ତ ହୋଇଉଠିଛି। କାରାଗାରରେ ଦେବକୀଙ୍କ ଅଷ୍ଟମ ଗର୍ଭରୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ, କାରାଗାର ଦ୍ୱାର ଆପେଆପେ ଖୋଲିଯିବା ଓ ବସୁଦେବଙ୍କ ଗୋପପୁର ଯାତ୍ରା, ଏହି ସମସ୍ତ ଦୃଶ୍ୟ ଦର୍ଶକଙ୍କୁ ବେଶ ମନମୁଗ୍ଧ କରିଛି।

    କଂସର ଭୟରେ ଶିଶୁ କୃଷ୍ଣଙ୍କୁ କୋଳରେ ନେଇ ବସୁଦେବ ମଥୁରା କାରାଗାରରୁ ଗୋପପୁର ଦିଗେ ପ୍ରସ୍ଥାନ କରିଥିଲେ। ପଥରେ କଟୁଆଳ ସାଜି ଉଗ୍ରସେନ ବସୁଦେବଙ୍କୁ ଅଟକାଇଥିଲେ ମଧ୍ୟ ଶ୍ରୀକୃଷ୍ଣଙ୍କ ଦେହରେ ଭଗବାନ ବିଷ୍ଣୁଙ୍କ ରୂପ ଦେଖି ସେ ଆତ୍ମବିଭୋର ହୋଇ ପଥ ଛାଡ଼ିଦେଇଥିଲେ। ଯମୁନା ପାରି ହୋଇ ବସୁଦେବ ନନ୍ଦଭବନରେ ଯଶୋଦାଙ୍କ କୋଳରେ ଶ୍ରୀକୃଷ୍ଣଙ୍କୁ ଥୋଇ ଶିଶୁକନ୍ୟାକୁ ନେଇ ପୁଣି ମଥୁରା ଫେରିଥିଲେ। ଏହି ନାଟକୀୟ ଦୃଶ୍ୟକୁ ମଥୁରାବାସୀ ଓ ହଜାରହଜାର ଦର୍ଶକ ବେଶ ଉପଭୋଗ କରିଥିଲେ।

    ଧନୁଯାତ୍ରାର ଦ୍ୱିତୀୟ ଦିନରେ ମହାରାଜ କଂସ ନଗର ଭ୍ରମଣରେ ବାହାରି ପ୍ରଜାଙ୍କ ସୁଖଦୁଃଖ ବୁଝିଥିଲେ। ନୀୟମ ମାନୁନଥିବା ଲୋକମାନଙ୍କୁ ରାଜଦଣ୍ଡ ଦେଇ କଂସ ନିଜର ନ୍ୟାୟବ୍ୟବସ୍ଥା ପ୍ରଦର୍ଶନ କରିଥିଲେ। ଏହା ସହ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଓ ସ୍ଥାନୀୟ ବିଧାୟକଙ୍କ ଉପସ୍ଥିତିରେ ଲୋକମଣ୍ଡପ ପଡ଼ିଆରେ ରଂଗମହଲର ଉଦ୍‌ଘାଟନ କରାଯାଇ, ଦର୍ଶକଙ୍କ ମନରଂଜନର ଆରମ୍ଭ ହୋଇଥିଲା।

    ପରେ ରାଜଦରବାରକୁ ଫେରି ମହାରାଜ କଂସ ମାତା ଇନ୍ଦୁମତୀଙ୍କ ପ୍ରତି ହୋଇଥିବା ଅତ୍ୟାଚାରର ପ୍ରତିଶୋଧ ସ୍ୱରୂପ ଦୂର୍ମିଳାସୁରକୁ ବଧ କରିଥିଲେ। ଏହି ଦୃଶ୍ୟ ମଧ୍ୟ ଦର୍ଶକଙ୍କ ମଧ୍ୟରେ ବେଶ ଉତ୍ସାହ ସୃଷ୍ଟି କରିଥିଲା।

    ଧନୁଯାତ୍ରାର ତୃତୀୟ ଦିନରେ ଶ୍ୟାମେଶ୍ଵର ମହାଦେବଙ୍କ ଦର୍ଶନ, ବିଜୁଳି କନ୍ୟାର ଶୂନ୍ୟବାଣୀ, ନାରଦଙ୍କ ପରାମର୍ଶରେ କଂସଙ୍କ ଦ୍ୱାରା ପୁତନା ରାକ୍ଷସୀ ସହ ଷଡ଼ମଲ୍ଲଙ୍କୁ ଗୋପପୁର ପ୍ରେରଣ ଭଳି ଦୃଶ୍ୟ ଆୟୋଜିତ ହେବ। ଏହା ସହ ଗୋପପୁରରେ କୃଷ୍ଣ ଜନ୍ମ, ନନ୍ଦୋତ୍ସବ ଓ ଗୋପପୁର ଯାତ୍ରା ଆରମ୍ଭ ହେବାକୁ ଥିବାରୁ ଧନୁଯାତ୍ରାର ଉତ୍ସାହ ଆହୁରି ବଢ଼ିବ ବୋଲି ଆଶା କରାଯାଉଛି।

  • ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି ଶିଶୁ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

    ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି ଶିଶୁ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

    ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ଲୁହୁରାକୋଟ ପ୍ରାଥମିକ ବିଦ୍ୟାଳୟ ରେ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପ୍ରକାଶ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l

    ଏହି ଆଞ୍ଚଳିକ କାର୍ଯ୍ୟକ୍ରମ କେନ୍ଦ୍ର ଲଖମରା କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଲକମରା ପ୍ରିନସିପାଲ ବିଜୟ ମିଶ୍ର, ପ୍ରୋଗ୍ରାମ ସଂଯୋଜକ ସିଆରସିସି ବୈଷ୍ଣବ ପଣ୍ଡା ଓ ସମ୍ମାନିତ ଅତିଥି ଭାବେ ଚେୟାରମ୍ୟାନ ପ୍ରଶାନ୍ତ କୁମାର ସାହୁ, ବି ଇ ଓ ଅଦନ ସୁନା, ଏକ୍ସ ଏବିଓ ଅଳେନ୍ଦ୍ର ବାରିକ, ଜିଲ୍ଲାପରିଷଦ ବାସନ୍ତୀ ବାଲାମ, ଲକମରା ପ୍ରଧାନଶିକ୍ଷକ କୃଷ୍ଣଚନ୍ଦ୍ର ହୋତା, ଚରଦାପାଲି ପ୍ରଧାନଶିକ୍ଷକ ଦୈତାରୀ ବିଶ୍ୱାଳ, ଉକ୍ତ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ନାଚ,ଗୀତ, ଚିତ୍ରାଙ୍କନ, ମନୋରଞ୍ଜନ ଓ ସଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ହୋଇଥିଲା l

    ଏହି କାର୍ଯ୍ୟକ୍ରମ ରେ ଲୁହୁରାକୋଟ ଗ୍ରାମବାସୀ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିଥିଲେ l ଏହି ସୁରଭି କାର୍ଯ୍ୟକ୍ରମ ଶେଷରେ ବୈଷ୍ଣବ ପଣ୍ଡା ଧନ୍ୟବାଦ ଅର୍ପଣ କରି ସଭାସମାପ୍ତ କରିଥିଲେ l

  • ପେଟୁପାଲିରେ ୩୪ତମ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ

    ପେଟୁପାଲିରେ ୩୪ତମ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ

    ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ପେଟୁପାଲି ଠାରେ ୩୪ତମ ଗଜଲକ୍ଷ୍ମୀ ପୂଜା ମହୋତ୍ସବ ମହାଆଡମ୍ବର ରେ ପାଳିତ ହୋଇଛି l ୬ତାରିଖ ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିଥିବା ଏହି ପୂଜାରେ ପ୍ରତ୍ୟହ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଯାତ୍ରା ଓଁ କାର ଯାତ୍ରା ପରିବେଷଣ କରିଥିଲେ l

    ତତ ସହିତ ପ୍ରତେକ ଦିନ ରାଜଦାର ଓ ସମସ୍ତ ଭକ୍ତ ଙ୍କ ପାଇଁ ଅନ୍ନଭୋଗ ର ବ୍ୟବସ୍ତା କରାଯାଇଥିଲା l ଚଳିତ ବର୍ଷ ସଭାପତି ରୂପେ ସୁଶାନ୍ତ ଦିଶ୍ରୀ, ଉପସଭାପତି କୁଞ୍ଜବାହାରି ପଧାନ, ସମ୍ପାଦକ ମିନିକେତ ବାରିକ, ସହସମ୍ପାଦକ ଦୁର୍ଗାମାଧବ ସେନାପତି, କୋଷାଧକ୍ଷ ମିତ୍ରଭାନୁ ବାରିକ, ସହକୋଷାଧକ୍ଷ କ୍ଷୀରିଶ୍ୱର ଚୌହାନ, ଦାୟତ୍ୱ ତୁଳାଇବା ସହିତ ପ୍ରତେକ ଗ୍ରାମବାସୀ ପୂର୍ଣ୍ଣମାତ୍ରା ରେ ସହଯୋଗ କରିଥିଲେ l

  • ଜନ୍ମ ମାଟିରେ ରାଜ୍ୟ ସ୍ତରୀୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ

    ଜନ୍ମ ମାଟିରେ ରାଜ୍ୟ ସ୍ତରୀୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ

    ଗଙ୍ଗାଧରଙ୍କ ପ୍ରତ୍ୟେକ କାବ୍ୟ କବିତାରେ ପ୍ରକୃତି ଚିତ୍ରଣ, ଜାତୀୟତା ବୋଧର ନିଖୁଣ ଚିତ୍ର ରହିଥିବାରୁ ମେହେର ସାହିତ୍ୟ ଆଜି ବିଶ୍ଵ ଦରବାରରେ ପ୍ରତିଷ୍ଠିତ । ଗଙ୍ଗାଧର ମେହେରଙ୍କ ଜନ୍ମ ପୀଠ, କବି ତୀର୍ଥ ବରଗଡ ଜିଲ୍ଲା ବରପାଲିରେ ବହୁ ବିଶିଷ୍ଟ ବ୍ୟକ୍ତି ମତ ପ୍ରକାଶ କରିଛନ୍ତି । ଶ୍ରାବଣ ପୂର୍ଣ୍ଣିମା ତିଥିରେ ଗଙ୍ଗାଧର ଙ୍କ ଜୟନ୍ତୀ ଅବସରରେ ବରପାଲି ଏକ ଉତ୍ସବ ମୁଖର ଥିଲା । ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୋଭାଯାତ୍ରା ସାହିତ୍ୟ ସଭା ମାନ ଅନୁଷ୍ଠିତ ହୋଇଥିଲା।
    ଗଙ୍ଗାଧର ମେହେର କ୍ଲବ ପକ୍ଷରୁ ସକାଳ ପ୍ରାୟ ୮ ଘଣ୍ଟା ସମୟରେ ଏକ ଶୋଭାଯାତ୍ରା କ୍ଲବରୁ ବାହାରି ନଗରପରିକ୍ରମା ପୂର୍ବକ କବିଙ୍କ ଜନ୍ମ ପୀଠ କବି ଭବନ ରେ ପହଞ୍ଚି କବିଙ୍କ ପ୍ରତିଛବିରେ ଦ୍ଵୀପ ପ୍ରଜ୍ବଳନ ଓ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ଏହି ଶୋଭାଯାତ୍ରାରେ ଗଙ୍ଗାଧର ମେହେର କ୍ଲବର ସଭ୍ୟ ମାନଙ୍କ ସହ ସରକାରୀ ଉଚ୍ଚ ବାଳକ ବିଦ୍ୟାଳୟ ର ଶତାଧିକ ଏନ୍ ଏନ୍ ସି ଛାତ୍ର ଯୋଗ ଦେଇଥିଲେ ।


    ଓଡ଼ିଶା ସାହିତ୍ୟ ଏକାଡେ଼ମୀ ଓ ଗଙ୍ଗାଧର ମେହେର କ୍ଲବ ର ମିଳିତ ଆନୁକୁଲ୍ୟରେ କବି ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ସ୍ଥାନୀୟ ଗଙ୍ଗାଧର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା । କ୍ଲବ୍ ର ସଭାପତି ନରେନ୍ଦ୍ର କୁମାର ହୋତା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବା ସହ ସାହିତ୍ୟିକ ଲକ୍ଷ୍ମୀ କାନ୍ତ ତ୍ରିପାଠୀ, ମୁଖ୍ୟ ବକ୍ତା ଭାବେ ସୁସାହିତ୍ୟିକ ଡାକ୍ତର ଆଶୁତୋଷ ପ୍ରସାଦ ମିଶ୍ର, ସମ୍ମାନୀତ ବକ୍ତା ଡକ୍ଟର ଲକ୍ଷ୍ମଣ ମେହେର ଯୋଗ ଦେଇ ମେହେର ସାହିତ୍ୟର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଚିତ୍ରକୁଟ ମେହେରଙ୍କ କିଚକ ବଧର ଗଦ୍ୟାନୁବାଦ ପୁସ୍ତକ ଓ ସରୋଜ କୁମାର ଦାଶଙ୍କ ପଦ୍ମ ରାଗ ପୁସ୍ତକ କୁ ଉନ୍ମୋଚନ କରାଯାଇଥିଲା ।

    ଏହି ଅବସରରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ପ୍ରସାଦ ଗୋୟଲ୍ ଉପସ୍ଥିତ ରହି ଜାତୀୟ ରାଜପଥରେ ଥିବା କବିଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରି ଜ୍ୟୋତି ଯାତ୍ରାର ଶୁଭାରମ୍ଭ କରିଥିଲେ ।

  • ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

    ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

    ଗଙ୍ଗାଧରଙ୍କ ପ୍ରତ୍ୟେକ କାବ୍ୟ କବିତାରେ ପ୍ରକୃତି ଚିତ୍ରଣ, ଜାତୀୟତା ବୋଧର ନିଖୁଣ ଚିତ୍ର ରହିଥିବାରୁ ମେହେର ସାହିତ୍ୟ ଆଜି ବିଶ୍ଵ ଦରବାରରେ ପ୍ରତିଷ୍ଠିତ ହୋଇ ପାରିଛି ବୋଲି ଜନ୍ମ ପୀଠ, କବି ତୀର୍ଥ ବରଗଡ ଜିଲ୍ଲା ବରପାଲିରେ ବହୁ ବିଶିଷ୍ଟ ବ୍ୟକ୍ତି ମତ ପ୍ରକାଶ କରିଛନ୍ତି ।
    ପବିତ୍ର ଶ୍ରାବଣ ପୂର୍ଣ୍ଣିମା ତିଥିରେ ଗଙ୍ଗାଧରଙ୍କ ଜୟନ୍ତୀ ଅବସରରେ ବରପାଲି ଏକ ଉତ୍ସବ ମୁଖର ହୋଇ ପଡ଼ିଥିଲା ।

    ଅନ୍ୟପଟେ ମେହେରଙ୍କ ସଙ୍ଗୀତରେ ପୁରା ବରପାଲି ଅଂଚଳ ଦୁଲୁକୁଥିଲା । ଏହି ଜନ୍ମ ଜୟନ୍ତୀରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୋଭାଯାତ୍ରା, ସାହିତ୍ୟ ସଭା ମାନ ଅନୁଷ୍ଠିତ ହୋଇଥିଲା। ଗଙ୍ଗାଧର ମେହେର କ୍ଲବ ପକ୍ଷରୁ ସକାଳ ପ୍ରାୟ ୮ ଘଟିକା ସମୟରେ ଏକ ଶୋଭାଯାତ୍ରା କ୍ଲବ ରୁ ବାହାରି ନଗରପରିକ୍ରମା ପୂର୍ବକ କବିଙ୍କ ଜନ୍ମ ପୀଠ କବି ଭବନ ରେ ପହଞ୍ଚି କବିଙ୍କ ପ୍ରତିଛବିରେ ଦ୍ଵୀପ ପ୍ରଜ୍ବଳନ ଓ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ଏହି ଶୋଭାଯାତ୍ରାରେ ଗଙ୍ଗାଧର ମେହେର କ୍ଲବର ସଭ୍ୟମାନଙ୍କ ସହ ସରକାରୀ ଉଚ୍ଚ ବାଳକ ବିଦ୍ୟାଳୟ ର ଶତାଧିକ ଏନ୍ ଏନ୍ ସି ଛାତ୍ର ଯୋଗ ଦେଇଥିଲେ ।

    ଓଡ଼ିଶା ସାହିତ୍ୟ ଏକାଡେ଼ମୀ ଓ ଗଙ୍ଗାଧର ମେହେର କ୍ଲବର ମିଳିତ ଆନୁକୁଲ୍ୟରେ କବିଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ସ୍ଥାନୀୟ ଗଙ୍ଗାଧର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । କ୍ଲବ୍ ର ସଭାପତି ନରେନ୍ଦ୍ର କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ସାହିତ୍ୟିକ ଲକ୍ଷ୍ମୀ କାନ୍ତ ତ୍ରିପାଠୀ, ମୁଖ୍ୟ ବକ୍ତା ଭାବେ ସୁସାହିତ୍ୟିକ ଡାକ୍ତର ଆଶୁତୋଷ ପ୍ରସାଦ ମିଶ୍ର, ସମ୍ମାନୀତ ବକ୍ତା ଡକ୍ଟର ଲକ୍ଷ୍ମଣ ମେହେର ଯୋଗ ଦେଇ ମେହେର ସାହିତ୍ୟର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।

    ଏହି ଅବସରରେ ଚିତ୍ରକୁଟ ମେହେରଙ୍କ କିଚକ ବଧର ଗଦ୍ୟାନୁବାଦ ପୁସ୍ତକ ଓ ସରୋଜ କୁମାର ଦାଶଙ୍କ ପଦ୍ମ ରାଗ ପୁସ୍ତକକୁ ଉନ୍ମୋଚନ କରାଯାଇଥିଲା । ସଭାରେ କମିଟିର ଆବାହକ ଚିତ୍ତ ରଂଜନ ସାହୁ ଅତିଥିଙ୍କୁ ଆମନ୍ତ୍ରଣ କରିବା ସହ ସମ୍ପାଦକ ବାଲ କିଶୋର ଖାଡଙ୍ଗା ଅତିଥି ପରିଚୟ ପ୍ରଦାନ ଓ ଉପସଭାପତି ପଦ୍ମଲୋଚନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସାରସ୍ବତ ସମାରୋହରେ ସହସ୍ରାଧିକ ଶ୍ରୋତା ଉପସ୍ଥିତ ଥିଲେ ।

  • ଅବକାରୀ ବିଭାଗକୁ ମିଳିଲା ବଡ ସଫଳତା

    ଅବକାରୀ ବିଭାଗକୁ ମିଳିଲା ବଡ ସଫଳତା

    ବରଗଡ ଅବକାରୀ ଅଧିକ୍ଷକ ଶ୍ରୀ ସୁବନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ବରଗଡର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢଉଜାରି ରହିଥିବା ବେଳେ, ଛାତ୍ରଭଙ୍ଗ ଦେଉଛନ୍ତି ନିଶା ବେପାରୀ l ଏକ ଗୁପ୍ତ ସୂତ୍ର ରୁ ଖବର ପାଇ ଅବକାରୀ ମୋବାଇଲ୍ ୟୁନିଟ ନିରୀକ୍ଷକ ରଶ୍ମିତା ଲାକ୍ରା ଏବଂ ଗୋକୁଳ ଧର ଙ୍କ ଟିମ୍ ଭଟଲି ଟାଉନ ର ୱାର୍ଡ଼ ନମ୍ବର ୭ ଠାରେ ସଚିନ ପତିକାର (୨୧)ନାମକ ଏକ ବ୍ୟକ୍ତିର ଘରେ ଚଢଉ କରିଥିଲେ ଏବଂ ସେଠାରୁ ୧୧୫ ବୋତଲ କଫ ସିରଫ ଜବତ କରିଛି ଅବକାରୀ ବିଭାଗ l ଏବଂ ଏକ NDPS କେସ ରୁଜୁ କରି ଅଭଯୁକ୍ତ ସଚିନ ପଟିକାର କୁ କୋର୍ଟ ଚାଲାଣ କରାଯାଇଥବା ସୂଚନା ଦେଇଛନ୍ତି ଅବକାରୀ ଅଧିକ୍ଷକ ସୁବନ କୁମାର ନାୟକ l

  • ବରଗଡ଼ରେ ଗରିବ କଲ୍ୟାଣ ଓ ବିକାଶ ସମାବେଶ ଅନୁଷ୍ଠିତ

    ବରଗଡ଼ରେ ଗରିବ କଲ୍ୟାଣ ଓ ବିକାଶ ସମାବେଶ ଅନୁଷ୍ଠିତ

    ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବରଗଡ ଆରଏମସି ପଡିଆ ଠାରେ ଗରିବ କଲ୍ୟାଣ ଏବଂ ବିକାଶ ସମାବେଶ ଅନୁଷ୍ଠିତ ହୋଇଛି ।
    ସମାବେଶରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ସହ ରାଜ୍ୟ ମନ୍ତ୍ରୀ, ଉଚ୍ଚଶିକ୍ଷା,କ୍ରୀଡା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂର୍ଯ୍ୟବଂଶୀ ସୂରଜ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ୨୨୦୭.୭ ଲକ୍ଷ ଅଟକଳ ମୂଲ୍ୟର ସମୁଦାୟ ୧୬ ଗୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ଓଡିଶା ସରକାରଙ୍କ ଏକ ବର୍ଷର ଉପଲବ୍ଧି ତଥା ବରଗଡ଼ର ବିକାଶରେ ଓଡିଶା ସରକାରଙ୍କ ବିଭିନ୍ନ ପଦକ୍ଷେପ ବିଷୟରେ ଲୋକଙ୍କୁ ଅବଗତ କରିଥିଲେ ।

    ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ଜିଲ୍ଲାର ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବା ସହ ଯୋଗ୍ୟ ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ସୁବିଧା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ ଦ୍ୱାରା ଜିଲ୍ଲା ସାଂସ୍କୃତି ଭବନ ନିର୍ମାଣ ତଥା ସମ୍ପ୍ରସାରଣ ପାଇଁ ୧୪୫. ୮ ଲକ୍ଷ ଟଙ୍କା ଅଟକଳ ମୂଲ୍ୟରେ ଭିତ୍ତି ପ୍ରସ୍ତର ସ୍ଥାପନ ସହ କ୍ରୀଡା ଓ ଯୁବସେବା ବିଭାଗ ଅଧୀନରେ ଜାମୁଡ଼ା ଠାରେ ମିନି ଷ୍ଟାଡିୟମ ନିର୍ମାଣ ନିମନ୍ତେ ୮୦୦. ୦ ଲକ୍ଷ ଏବଂ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନ, ମହାବିଦ୍ୟାଳୟର ଉନ୍ନତିକରଣ ନିମନ୍ତେ ମୋଟ ୧୨୬୧. ୯ ଲକ୍ଷ ଅଟକଳ ମୂଲ୍ୟର ୧୪ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୬ ଗୋଟି ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି।

    ଏହି ଅବସରରେ ସମ୍ମାନନୀୟ ଅତିଥି ଭାବେ ମାନ୍ୟବର ସାଂସଦ, ବରଗଡ ଶ୍ରୀ ପ୍ରଦୀପ ପୁରୋହିତଙ୍କ ସମେତ ମାନ୍ୟବର ବିଧାୟକ ବରଗଡ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ, ମାନ୍ୟବର ବିଧାୟକ ଅତାବିରା ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ମାନ୍ୟବର ବିଧାୟକ ଝାରସୁଗୁଡା ଶ୍ରୀ ଟଙ୍କଧର ତ୍ରିପାଠୀ,ମାନ୍ୟବର ବିଧାୟକ ଭଟଲି ଶ୍ରୀ ଇରାଶିଷ ଆଚାର୍ଯ୍ୟ,ଏବଂ ମାନ୍ୟବର ବିଧାୟକ ବିଜେପୁର ଶ୍ରୀ ସନତ କୁମାର ଗଡତିଆ ମଂଚାସୀନ ହୋଇ ସରକାରଙ୍କ ଏକ ବର୍ଷର ଉପଲବ୍ଧି ସହ ନିଜ କାର୍ଯ୍ୟର ରିପୋର୍ଟ କାର୍ଡ ଉପସ୍ଥାପନ କରିଥିବା ବେଳେ ଉତ୍ତରାଞ୍ଚଳ ଆଇଜି ଶ୍ରୀ ହିମାଂଶୁ କୁମାର ଲାଲ, ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା ମଂଚାସୀନ ଥିଲେ।

  • ମଣ୍ଡିରୁ ଧାନ ନ ଉଠିବା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

    ମଣ୍ଡିରୁ ଧାନ ନ ଉଠିବା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

    ବରଗଡ ଜିଲ୍ଲା ମିଳିତ ମାର୍କେଟ ମଞ୍ଚର ଚାଷୀ ମାନେ ୩ ଦଫା ଦାବି ଆଜି ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଓ କରିଥିଲେ | ଚାଷୀଙ୍କ ହଜାର ହଜାର ବସ୍ତା ଧାନ ମାର୍କେଟୟାଡ଼ ଠାରେ ପଡ଼ିଥିଲେ ମଧ୍ଯ ଧାନ ଉଠୁନାହିଁ ଯାହାକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି |

    ଚାଷୀମାନେ ୩ ଦଫା ଦାବି ନେଇ ବରଗଡ଼ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି | ଚାଷୀଙ୍କ ଦାବି ହେଉଛି ଚାଷୀ ଯେଉଁ ଦିନ ମଣ୍ଡିକୁ ଧାନ ଆଣିବ ସେହି ଦିନ ଧାନର ମାନ ପରୀକ୍ଷା ଏବଂ ଓଜନ କରାଯାଇ ଅନଲାଇନ ରେଜିଷ୍ଟେସନ କରାଯାଊ |

    ଚାଷୀ ଆଣିଥିବା ବସ୍ତା ରେ ଧାନ ବିକ୍ରୟ କରିବା ପାଇଁ ବ୍ୟବସ୍ଥା କରାଯାଉ | ସରକାରଙ୍କ ଘୋଷଣା ମୁତାବକ ପ୍ରତ୍ୟେକ ମଣ୍ଡିରୁ ପ୍ରତିଦିନ ଯଥା ଶୀଘ୍ର ଏକ ହଜାର କ୍ୟୁଣ୍ଟାଲରୁ ଉର୍ଦ୍ଧ ଧାନ କିଣା ଯାଉ ବୋଲି ଦାବି କରିଛନ୍ତି ଚାଷୀ | ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ସହ ରାଜ ରାସ୍ତା ଅବରୋଧ କରିବା ନେଇ ଚେତାବନୀ ଦେଇଛନ୍ତି |

  • ବରପାଲିରେ ଶୀତଳ ଷଷ୍ଠୀ ଯାତ୍ରା ପାଇଁ କମିଟି ତରଫରୁ ସାମ୍ବାଦିକ ସମ୍ମିଳନୀ

    ବରପାଲିରେ ଶୀତଳ ଷଷ୍ଠୀ ଯାତ୍ରା ପାଇଁ କମିଟି ତରଫରୁ ସାମ୍ବାଦିକ ସମ୍ମିଳନୀ

    ବରଗଡ଼ (ସୂର୍ଯ୍ୟ ନାରାୟଣ ଦାଶ ) ବରଗଡ଼ ଜିଲ୍ଲା ବରପାଲିର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାରେ ଚଳିତ ବର୍ଷ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ଏକ ହଜାର କଳାକାର ଯୋଗ ଦେବେ ବୋଲି ଆଜି ଯାତ୍ରା କମିଟି ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦିଆଯାଇଛି । ଚଳିତ ବର୍ଷ ଆସନ୍ତା ୨୭ ରୁ ଏହି ଯାତ୍ରା ଆରମ୍ଭ ହୋଇ ୨ ତାରିଖ ଦିନ ଯାଏଁ ଅନୁଷ୍ଠିତ ହେବ। କପିଳେଶ୍ଵର ବାବା ୨୭ ତାରିଖ ସନ୍ଧ୍ୟା ରେ ମନ୍ଦିରରୁ ବାହାରି ନଗର ପରିକ୍ରମା କରି ଭଣ୍ଡାର ଗୃହକୁ ଯିବେ । ୨୮ ତାରିଖ ରେ କନ୍ୟା ମନୋନୟନ ବା ପତର ପେଣ୍ଡି, ୨୯ ତାରିଖ ଭୈରବ ବାବାଙ୍କ ଦେବ ନିମନ୍ତ୍ରଣ ଶୋଭାଯାତ୍ରା,୩୦ ରେ ସକାଳେ ଗଣ୍ଠି ଆଳ ଫିଟା ଓ ସନ୍ଧ୍ୟାରେ ବରାନୁଗମନ ଶୋଭାଯାତ୍ରା ହେବ । ଚଳିତ ବର୍ଷ ସ୍ଥାନୀୟ ତହସିଲ ଛକରୁ ବରାନୁଗମନ ଶୋଭାଯାତ୍ରା ଆରମ୍ଭ ହୋଇ ହିମାଦ୍ରି ନଗର ପହଞ୍ଚିବା ପରେ ପରଦିନ ବୈଦିକ ରୀତିରେ ଦେବ ଦମ୍ପତ୍ତିଙ୍କ ବୈବାହିକ କାର୍ଯ୍ୟ ଅନୁଷ୍ଠିତ ହେବ।

    ସେହିପରି ୩୧ ତାରିଖରେ ଦେବ ଦମ୍ପତ୍ତିଙ୍କ ଯୁଗଳ ମୂର୍ତ୍ତି ଦର୍ଶନ ବା ବୈଠକ ଯାତ୍ରା ୧ ତାରିଖ ସନ୍ଧ୍ୟାରେ ଲମ୍ବନି ଶୋଭାଯାତ୍ରା ୨ ତାରିଖ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ବା ଦେବ ଦମ୍ପତ୍ତିଙ୍କ ମନ୍ଦିର ପ୍ରବେଶ ସହ ଯାତ୍ରାର ବିରତି ହେବ ବୋଲି ଯାତ୍ରା କମିଟିର ସଭାପତି ସୂଚନା ଦେଇଛନ୍ତି ।

    ଅନ୍ୟ ପକ୍ଷରେ ଚଳିତ ବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଓଡ଼ିଶାର ଢେଙ୍କାନାଳ ଘଣ୍ଟ ବାଦ୍ୟ, କଳାହାଣ୍ଡି ଘୁମୁରା, ସହ ମହାରାଷ୍ଟ୍ର, କେରଳ,ଛତିଶଗଡ଼, ପଶ୍ଚିମ ବଙ୍ଗାଲ ଆଦି ରାଜ୍ୟର ଏକ ହଜାର କଳାକାର ଯୋଗ ଦେବେ ବୋଲି କମିଟିର ସମ୍ପାଦକ ଜୟନ୍ତ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଯାତ୍ରା କମିଟିର ସଭାପତି , ସମ୍ପାଦକଙ୍କ ସମେତ ଚଳିତ ବର୍ଷର କନ୍ୟା ପିତା ସଞ୍ଜୟ ମେହେର ଓ ଯାତ୍ରା କମିଟିର ବହୁ ସଦସ୍ୟ ଉପସ୍ଥିତ ଥିଲେ।ଚଳିତ ବର୍ଷ ଅଧିକ ଜନସମାଗମକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ସି ସି ଟିଭି କ୍ୟାମେରା ଲଗାଯିବା ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରିବା ସହ ପାନୀୟ ଜଳ ଯୋଗାଣ, ଶୌଚାଳୟ ଆଦିର ବ୍ୟବସ୍ଥା କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି ।

    ଏହି ସାମ୍ବାଦିକ ସମ୍ମିଳନୀରେ ପୋଲିସ ଏସ ଡି ପି ଓ,ତହସିଲଦାର ରୁକ୍ମଣ କୁମାର ମେହେର, ପୋଲିସ ଆଇ ଆଇ ଜୟରଶ୍ମୀ ସେଠି,ନଗର ପାଲ ଦିନେଶ ଗହୀର, କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୁବନ କୁମାର ଶତପଥୀ ଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।