ଓଡ଼ିଶାରେ CJI, ଆସନ୍ତାକାଲି କଟକରେ ଅନୁଷ୍ଠିତ ସମ୍ମିଳନୀରେ ଯୋଗଦେବେ

ଓଡ଼ିଶାରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ଼ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଆସନ୍ତାକାଲି କଟକ ଜୁଡିସିଆଲ୍ ଏକାଡେମୀରେ ନ୍ୟାସନାଲ୍ କନଫରେନ୍ସ ଅନ୍ ଡିଜିଟାଇଜେନସ ପେପରଲେସ୍ କୋର୍ଟ ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିରେ ଯୋଗଦେବେ ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ଼ । ଏଥିରେ ବହୁ ରାଜ୍ୟର ହାଇକୋର୍ଟ ବିଚାରପତିମାନେ ସାମିଲ ହେବେ । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ପୁରୀ ଗସ୍ତ କରିଛନ୍ତି । ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବେ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ଼ ।

ଜଷ୍ଟିସ ଧନଞ୍ଜୟ ୟଶୱନ୍ତ ଚନ୍ଦ୍ରଚୂଡ଼ ନଭେମ୍ବର ୨୦୨୨ରୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ଼ । ୨୦୧୬ରୁ ୨୦୨୨ ଯାଏ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

Leave a Reply

Your email address will not be published. Required fields are marked *