ଜନ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପଳଙ୍କ ନିର୍ଦ୍ଦେଶ

ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ବାମନଘାଟୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ବାମନଘାଟି ଉପଜିଲ୍ଲାପାଳ ସରୋଜ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଋଷିକେଶ ଦ୍ୟାନ ଦେଓ ଖିଲାରୀ , ଅତିରିକ୍ତ ଜିଲ୍ଲାପାଳ ହେମନ୍ତ କୁମାର ସିଂ , ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡ଼ା. ପ୍ରମୋଦ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । .

ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣଙ୍କ ଠାରୁ ଆସୁଥିବା ସମସ୍ତ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ. ।ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୦୬ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୯୩ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୩ ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.। ସହାୟତା ରାଶି ପ୍ରଦାନ ପାଇଁ ଆସିଥିବା ୨ ଟି ଅଭିଯୋଗର ଗୁରୁତ୍ୱ ଓ ପରିସ୍ଥିତିକୁ ବିଚାର କରି ଟ.୫000/- ଲେଖାଏଁ ମୋଟ ଟ.୧0000/-(ଦଶ ହଜାର ଟଙ୍କା ) ସହାୟତା ରାଶି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ଜିଲ୍ଲାପାଳ ମଂଜୁର କରିଛନ୍ତି।

ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ ।. ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।

Leave a Reply

Your email address will not be published. Required fields are marked *