ଅତିଭୀଷଣ ବାତ୍ୟାରେ ପରିଣତ ହେଲା ମୋକା

ଆଜି ସକାଳ ୫.୩୦ର ପର୍ଯ୍ୟବେକ୍ଷଣ ଅନୁଯାୟୀ, ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ବେଗ ୯ କିମି ହାରରେ ଉତ୍ତରଆଡକୁ ଗତିକରୁଛି ବାତ୍ୟା ମୋକା। ଏହା ୧୩.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୮.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ କେନ୍ଦ୍ରୀଭୂତ ରହିବା ସହ ପୋର୍ଟବ୍ଲେୟାର ଠାରୁ   ପଶ୍ଚିମଉତ୍ତର ଓ ପଶ୍ଚିମ ଦିଗରେ ୫୨୦ କିମି, ବଙ୍ଗଳାଦେଶର କକ୍ସ ବଜ଼ାର ଠାରୁ   ଦକ୍ଷିଣ ଓ ଦକ୍ଷିଣ ପଶ୍ଚିମ ଦିଗରେ ୧୦୧୦ କିମି, ଏବଂ ମିଆଁମାରର ସ୍ୱଇଟେ ଠାରୁ ସମାନ ଦିଗରେ ୯୩୦ କିମି ଦୂରରେ ସକ୍ରିୟ ରହିଛି ବୋଲି କେନ୍ଦ୍ର ପାଣିପାଗ ବିଭାଗ ସୂଚନା ଦେଇଛି।

ଏହା ଧୀରେଧୀରେ ଗତିପଥ ପରିବର୍ତ୍ତନ କରି ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି l ଏହା ଏକ ଅତି ଭୀଷଣ ବାତ୍ୟା ଭାବେ ୧୪ ତାରିଖ ମଧ୍ୟାହ୍ନ ସମୟରେ ଦକ୍ଷିଣପୂର୍ବ ବଙ୍ଗଳାଦେଶ ଏବଂ ଉତ୍ତର ମିଆଁମାର ଉପକୂଳକୁ କକ୍ସ ବଜାର (ବଙ୍ଗଳାଦେଶ) ଏବଂ କ୍ୟାୟପିୟୁ (ମିଆଁମାର) ମଧ୍ୟରେ ମିଆଁମାରର ସ୍ୱଇଟେ ନିକଟରେ ଘଣ୍ଟାପ୍ରତି ୧୫୦ ରୁ ୧୬୦ କିମି ସର୍ବାଧିକ ୧୭୫ କିମି ବେଗରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *